ବିଜେଡି ଇତିହାସ ଶେଷ ହୋଇଯିବ: ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ଓଡ଼ିଶା ଆସି ବିଜେଡି ଉପରେ ବର୍ଷୁଥିଲେ । ଆଉ ଏବେ ନିର୍ବାଚନ ପରେ ବି ଓଡ଼ିଶା ଆସି ବିଜେଡି ଉପରେ ବର୍ଷୁଛନ୍ତି । ଆମେ କହୁଛୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀ ବିଶ୍ୱର୍ଶମା ଗୁରୁବାର ପୁଣି ବିଜେଡି ଉପରେ ବର୍ଷିଛନ୍ତି । ବିଜେଡି ଇତିହାସ ଶେଷ ହୋଇଯିବ ବୋଲି ସେ କହିଛନ୍ତି । ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ପରେ ଶ୍ରୀ ବିଶ୍ୱର୍ଶମା ଏଭଳି ଟିପ୍ପଣୀ ଦେଇଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ଆଗାମୀ ୫୦ ବର୍ଷ ଯାଏଁ ବିଜେପି ରହିବ, ଏଥିରେ ସନେ୍ଦହ ନାହିଁ । ବାଂଲାଦେଶୀ ଅନୁପ୍ରବେଶକାରୀ ରୋକିବା ପାଇଁ ଏନଆରସି ଦରକାର । ଆସାମରେ ଆଇନ ଆଣିଛୁ, ଆଧାରକାର୍ଡ ପାଇଁ ଏନଆରସିରେ ନାମ ରହିବା ଦରକାର । କିଏ ଭାରତୀୟ ଓ କିଏ ଅନୁପ୍ରବେଶକାରୀ ଏଥିରୁ ସ୍ପଷ୍ଟ ହେବ ବୋଲି ଶ୍ରୀ ବିଶ୍ୱଶର୍ମା କହିଛନ୍ତି ।

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀ ବିଶ୍ୱଶର୍ମା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିମାନବନ୍ଦରରୁ ସେ ସିଧାସଳଖ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିଥିଲେ । ସେଠାରୁ ଫେରିବା ପରେ କଳିଙ୍ଗ ଷ୍ଟାଡିୟମ ଠାରେ ବ୍ୟାଡମିଣ୍ଟନ ହାଇପରଫରମାନ୍ସ ସେଣ୍ଟର ଉଦଘାଟନରେ ସାମିଲ ହେବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମଧ୍ୟ ଯୋଗଦେବେ । ହିମନ୍ତ ବିଶ୍ୱଶର୍ମା ବ୍ୟାଡମିଣ୍ଟନ ଆସୋସିଏସନ ଅଫ୍ ଇଣ୍ଡିଆର ସଭାପତି ଅଛନ୍ତି ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ