ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ବୟାନକୁ ନେଇକଟାକ୍ଷ କରିଛନ୍ତି ସମ୍ବଲପୁର ବିଧାୟକ ତଥା ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ଆଇସିୟୁରେ ବିଜେଡି। ଏବେ ସାଲାଇନ୍ ଲାଗିଛି। ଅତନୁ ବାବୁ କହୁଛନ୍ତି କଂଗ୍ରେସ ସହିତ ମିଶି ସରକାର କରିବେ। ସ୍ଵାଗତ। କିନ୍ତୁ ବିଜେଡି ଦଳ ରହିଲେ ତ। ବିଜେଡିର ଆୟୁଷ ବହୁତ କମ୍। ଏବେ ତ ବିଜେଡ଼ି ସାଲାଇନ ଓ ଆଇସିୟୁରେ ଅଛି। ଦଳ ଯେହେତୁ ଭାଙ୍ଗିଯାଉଛି, ତାକୁ ବଞ୍ଚାଇବାକୁ ଅତନୁ ବାବୁ ଏଭଳି କହୁଛନ୍ତି। ନେତୃତ୍ୱ କାହିଁ? ବିଜେଡି ତ ଲିଜ୍ ରେ ଚାଲିଥିଲା। କେତେବେଳେ ପ୍ୟାରୀ ତ ଆଉ କେତେବେଳେ ପାଣ୍ଡିଆନ୍ ଲିଜ୍ ନେଇଥିଲେ। ବିଜେଡିରେ କୌଣସି କର୍ମୀଙ୍କ କଥା ରହିଲାନି।
ସୂଚନାଯୋଗ୍ୟ, ମହାକାଳପଡ଼ା ନିର୍ବାଚନମଣ୍ତଳୀରେ ରବିବାର ଅନୁଷ୍ଠିତ ବିଜେଡି ଜନସ˚ପର୍କ ପଦଯାତ୍ରାରେ ଅତନୁ ନିଜ ଦଳର କର୍ମୀ ତଥା ମୁରବିଙ୍କୁ ଭରସା ଦେବାକୁ ଯାଇ ପୁଣିଥରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା କହିଥିଲେ। ଅତନୁ କହିଥିଲେଯେ ନବୀନ ମୁଖ୍ୟମନ୍ତ୍ରୀ ହେବା ପାଇଁ ଆଉ ଆଠ ଦଶଟି ସିଟ୍ ଦରକାର।




