ବିଜେଡି ଓ କଂଗ୍ରେସର ମହିଳା ବିରୋଧୀ ଆଭିମୁଖ୍ୟକୁ ବିଜେପି ତରଫରୁ ନିନ୍ଦା

ଭୁବନେଶ୍ୱର: ମହିଳା ସୁରକ୍ଷାକୁ ଆଳ କରି ଗତ କିଛି ଦିନ ହେଲା ଓଡିଶା ବନ୍ଦ, ଘେରାଓ, କ୍ୟାଣ୍ଡେଲ ଶୋଭାଯାତ୍ରା ଜରିଆରେ ଉଭୟ ବିଜେଡି ଓ କଂଗ୍ରେସ ଦଳ କୁମ୍ଭୀର କାନ୍ଦଣା କାନ୍ଦିବାର ଦୃଶ୍ୟ ଓଡିଶାବାସୀ ଦେଖୁଛନ୍ତି । ଅନ୍ୟ ପଟେ ମହିଳା ଦୁଷ୍କର୍ମରେ ଅଭିଯୁକ୍ତ ଛାତ୍ର କଂଗ୍ରେସ ସଭାପତି ଉଦିତ୍ ପ୍ରଧାନ ଏବଂ ବିଏମ୍‌ସି କର୍ପୋରେଟର ତଥା ବିଜେଡି ନେତା ଅମରେଶ ଜେନାଙ୍କ କ୍ଷେତ୍ରରେ ଉଭୟ ଦଳର ମୁଖିଆଙ୍କ ତୁଣ୍ଡି ବନ୍ଦ । ବାସ୍ତବରେ ମହିଳା ସୁରକ୍ଷା ପ୍ରସଙ୍ଗରେ ଉଭୟ ଦଳର ଦୋମୁହାଁ ନୀତି ପଦାରେ ପଡିଛି । ନିଜ ଅସଲ ଚିତ୍ର ଧରାପଡିବା ଭୟରେ ଅତ୍ୟନ୍ତ ନିମ୍ନସ୍ତରକୁ ଯିବା ପାଇଁ ମଧ୍ୟ ପଛାଉ ନାହାନ୍ତି ଉଭୟ ଦଳ । ଏହାର ପ୍ରତିବାଦ କରି ଆଜି ଭୁବନେଶ୍ୱର ଜିଲ୍ଲା ତରଫରୁ ମାଷ୍ଟରକ୍ୟାଂଟିନ ଛକଠାରେ ବିଜେଡି ମୁଖିଆ ନବୀନ ପଟ୍ଟନାୟକ ଏବଂ କଂଗ୍ରେସର ତଥାକଥିତ ମୁଖିଆ ରାହୁଲ ଗାନ୍ଧୀଙ୍କ କୁଶପୁତଳିକା ଦାହ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ରାଜ୍ୟବାସୀଙ୍କ ନିକଟରେ ଉଭୟ ଦଳର ଅସଲ ଚରିତ୍ର, ସ୍ୱଭାବ ଓ ମାନସିକତାକୁ ମନେ ପକାଇ ଦେବା ପାଇଁ ସମସ୍ତ ଜିଲ୍ଲାରେ ବ୍ୟାପକ ଓ ବିଭିନ୍ନ କାର୍ୟ୍ୟକ୍ରମ ଏବଂ ପ୍ରତିବାଦ ସଭା ଅନୁଷ୍ଠିତ ହେବ ବୋଲି ଭୁବନେଶ୍ୱର ଜିଲ୍ଲା ସଭାପତି ଶ୍ରୀ ନିରଞ୍ଜନ ମିଶ୍ର କହିଛନ୍ତି ।

ମହିଳା ଦୁଷ୍କର୍ମ ପ୍ରସଙ୍ଗରେ ବିଜେଡି ଓ କଂଗ୍ରେସ ଦଳ ଭିତରେ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ନିଜ ଶାସନ କାଳର ଅପକର୍ମ ଓ କୁକର୍ମକୁ ଜନମାନସରୁ ଦୁରେଇ ରଖିବା ପାଇଁ ଉଭୟ କଂଗ୍ରେସ ଏବଂ ବିଜେଡି ଦଳ ଅପପ୍ରୟାସ ଆରମ୍ଭ କରିଦେଇଛନ୍ତି । ଏହା ଅତ୍ୟନ୍ତ ଲଜ୍ଜାଜନକ ବୋଲି ଶ୍ରୀ ମିଶ୍ର କହିଛନ୍ତି ।
ବିଜେପି ସରକାର ମହିଳାମାନଙ୍କ ପ୍ରତି ସମ୍ବେଦନଶୀଳ ଓ ସମର୍ପିତ ସରକାର । ମହିଳା ସୁରକ୍ଷା ପ୍ରସଙ୍ଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ବିଜେପି ସରକାର ଶକ୍ତ, ତ୍ୱରିତ ଏବଂ ସଚେତନଧର୍ମୀ ପଦକ୍ଷେପ ଗ୍ରହଣ କରୁଛନ୍ତି । ବର୍ତମାନ ବିଜେପି ସରକାରର କଡା ଅଭିମୁଖ୍ୟ ଦେଖି ରାଜ୍ୟର ମାଁ ଓ ଭଉଣୀଙ୍କ ଆତ୍ମବିଶ୍ୱାସ ବଢିଛି । ରାଜ୍ୟର ମାଁ ଓ ଭଉଣୀମାନଙ୍କୁ ନ୍ୟାୟ ଓ ସମ୍ମାନ ଦେବା ପାଇଁ ବିଜେପି ସରକାର ପ୍ରତିଶୃତିବଦ୍ଧ ବୋଲି ଶ୍ରୀ ମିଶ୍ର କହିଛନ୍ତି ।
ଏହି ବିକ୍ଷୋଭରେ ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ରାଜ୍ୟ ଉପସଭାନେତ୍ରୀ ସୁଶ୍ରୀ ସୁକେଶୀ ଓରାମ, ରାଜ୍ୟ ସଂପାଦକ ସରୋଜ କର, ରାଜ୍ୟ ସଂପାଦିକା କସ୍ତୁରୀ ମିଶ୍ର, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡ.ଐଶ୍ୱର୍ୟ୍ୟା ବିଶ୍ୱାଳ, ମହିଳାମୋର୍ଚ୍ଚା ରାଜ୍ୟ ସାଧାରଣ ସଂପାଦିକା ରଶ୍ମୀରେଖା ଦାସ, ଭୁବନେଶ୍ୱର ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ସୁବାଷିନୀ ପୃଷ୍ଟିଙ୍କ ସମେତ ଜିଲ୍ଲା ଓ ରାଜ୍ୟର ଅନେକ ନେତୃବୃନ୍ଦ ଉପସ୍ଥିତ ଥିଲେ ।

  • Related Posts

    ଆଜି ନୂଆ ଟିମ୍ ଘୋଷଣା କରିପାରନ୍ତି ନୀତିନ ନବୀନ

    ନୂଆଦିଲ୍ଲୀ : ବିଜେପିର ସଙ୍ଗଠନରେ ବଡ ଧରଣର ପରିବର୍ତ୍ତନ ହେବାକୁ ଯାଉଛି । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଚୂଡାନ୍ତ କରିସାରିଛନ୍ତି । କେବଳ ଔପଚାରିକ ଘୋଷଣାକୁ ବାକି ଅଛି । କୁହାଯାଉଛି କି ସୋମବାର…

    Continue reading
    ଜାତୀୟ ପ୍ରତୀକ ଓ ଗାନ ପ୍ରତି ଅବମାନନା ଓ ବାଧା ସୃଷ୍ଟି କରି ଦଣ୍ଡନୀୟ ଅପରାଧ କରଛନ୍ତି ସୋନିଆ: ଅଭିଳାଷ ପଣ୍ଡା

    ଭୁବନେଶ୍ୱର: ଅଗଷ୍ଟ ୧୫ ତାରିଖ ଦିନ ସମଗ୍ର ଦେଶବାସୀ ଅତ୍ୟନ୍ତ ଆନନ୍ଦ ଓ ଉଲ୍ଲାସର ସହ ୮୦ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି । ଅନ୍ୟପଟେ ଭାରତୀୟ ଜାତୀୟ କଂଗ୍ରେସ ମୁଖ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସ ସମାରୋହ ପାଳନ ଅବସରରେ ବନ୍ଦେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ