ବିଜେଡି ଛାଡ଼ିଲେ ସୁନୀତା ବିଶ୍ୱାଳ

ଭୁବନେଶ୍ୱର: ବିଜେଡିକୁ ବଡ଼ ଝଟକା ଲାଗିଛି । ଦଳ ଛାଡ଼ିଛନ୍ତି ୨୦୧୯ରେ ସୁନ୍ଦରଗଡ଼ ଆସନରୁ ସାଂସଦ ପ୍ରାର୍ଥୀ ହୋଇଥିବା ସୁନୀତା ବିଶ୍ୱାଳ । ବୁଧବାର ସେ ବିଜେଡିର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି । ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି ।
ବିଜେଡି ଛାଡ଼ିବା ପରେ ସୁନୀତା ପୁଣି ଥରେ କଂଗ୍ରେସକୁ ଫେରିପାରନ୍ତି । ଗୁରୁବାର ସେ କଂଗ୍ରେସରେ ସାମିଲ ହୋଇପାରନ୍ତି । ସୁନୀତାଙ୍କ କଂଗ୍ରେସର ଯୋଗଦାନ ନେଇ ତାଙ୍କ ଭଉଣୀ ଅମିତା ବିଶ୍ୱାଳ ସ୍ପଷ୍ଟ କରିଛନ୍ତି । ସୁନୀତା ଓ ଅମିତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ହେମାନନ୍ଦ ବିଶ୍ଵାଳଙ୍କ ଝିଅ । ଅମିତା କହିଛନ୍ତି, “ମୋ ଭଉଣୀ ନିଜ ଘରକୁ ଫେରିଛନ୍ତି । ବିଜେଡିରେ ସେ ଅଣଦେଖା ହେଉଥିଲେ । ଯାହାକୁ ନେଇ ସେ ବିଜେଡି ଛାଡିଛନ୍ତି । ମୁଁ କଂଗ୍ରେସରୁ ପ୍ରାର୍ଥୀ, ମୋ ଭଉଣୀ ବିଜେଡିରେ ଥିଲେ । ଯାହାକୁ ନେଇ ଲୋକେ ଅନେକ ପ୍ରଶ୍ନ କରୁଥିଲେ । ଏବେ ତାହାର ଅବସାନ ହୋଇଛି।”

ଉଲ୍ଲେଖଯୋଗ୍ୟ ଯେ ସୁନୀତା ବିଶ୍ୱାଳ ୨୦୧୯ ସାଧାରଣ ନିର୍ବାଚନର ମାତ୍ର କିଛି ଦିନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜେ ତାଙ୍କୁ ଦଳକୁ ସ୍ୱାଗତ କରିଥିଲେ । ଏହାପରେ ୨୦୧୯ ନିର୍ବାଚନରେ ସୁନ୍ଦରଗଡ ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ । କିନ୍ତୁ ବିଜେପିର ଜୁଏଲ୍ ଓରାମଙ୍କ ଠାରୁ ପରାସ୍ତ ହୋଇଥିଲେ ।

  • Related Posts

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ: ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଓ ତିନି ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ କଟକ ସ୍ଥିତ ଡିଜି ଅଫିସ ସମ୍ମୁଖରେ ପ୍ରତିବାଦ କରାଯାଇଛି। ରାଜ୍ୟ ସଭାପତି ଭକ୍ତ ଦାସଙ୍କ ନେତୃତ୍ଵରେ ଏହି ପ୍ରତିବାଦ ସଭା କରାଯାଇଛି। ଏଥିରେ…

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଭୁବନେଶ୍ବର: ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି ବୋଲି ପୂର୍ବତନ ସାଂସଦ ମହେଶ ସାହୁ କହିଛନ୍ତି। ସେ କହିଛନ୍ତି, ଦଳ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ କଦାପି ସମର୍ଥନ କରିବ ନାହିଁ। ଏନଡିଏଯାହାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ କରିବ,…

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଶନିବାର କୋରାପୁଟ  ଯିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଝିଆରୀକୁ ଗର୍ଭବତୀ କଲା ପିଉସା

    ଝିଆରୀକୁ ଗର୍ଭବତୀ କଲା ପିଉସା

    ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପୀଡ଼ିତାଙ୍କ ଘରେ ଫୋରେନସିକ ଟିମ୍‌ର ତଦନ୍ତ

    ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପୀଡ଼ିତାଙ୍କ ଘରେ ଫୋରେନସିକ ଟିମ୍‌ର ତଦନ୍ତ

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ