ବିଜେଡି ଛାଡ଼ିଲେ ସୁନୀତା ବିଶ୍ୱାଳ

ଭୁବନେଶ୍ୱର: ବିଜେଡିକୁ ବଡ଼ ଝଟକା ଲାଗିଛି । ଦଳ ଛାଡ଼ିଛନ୍ତି ୨୦୧୯ରେ ସୁନ୍ଦରଗଡ଼ ଆସନରୁ ସାଂସଦ ପ୍ରାର୍ଥୀ ହୋଇଥିବା ସୁନୀତା ବିଶ୍ୱାଳ । ବୁଧବାର ସେ ବିଜେଡିର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି । ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି ।
ବିଜେଡି ଛାଡ଼ିବା ପରେ ସୁନୀତା ପୁଣି ଥରେ କଂଗ୍ରେସକୁ ଫେରିପାରନ୍ତି । ଗୁରୁବାର ସେ କଂଗ୍ରେସରେ ସାମିଲ ହୋଇପାରନ୍ତି । ସୁନୀତାଙ୍କ କଂଗ୍ରେସର ଯୋଗଦାନ ନେଇ ତାଙ୍କ ଭଉଣୀ ଅମିତା ବିଶ୍ୱାଳ ସ୍ପଷ୍ଟ କରିଛନ୍ତି । ସୁନୀତା ଓ ଅମିତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ହେମାନନ୍ଦ ବିଶ୍ଵାଳଙ୍କ ଝିଅ । ଅମିତା କହିଛନ୍ତି, “ମୋ ଭଉଣୀ ନିଜ ଘରକୁ ଫେରିଛନ୍ତି । ବିଜେଡିରେ ସେ ଅଣଦେଖା ହେଉଥିଲେ । ଯାହାକୁ ନେଇ ସେ ବିଜେଡି ଛାଡିଛନ୍ତି । ମୁଁ କଂଗ୍ରେସରୁ ପ୍ରାର୍ଥୀ, ମୋ ଭଉଣୀ ବିଜେଡିରେ ଥିଲେ । ଯାହାକୁ ନେଇ ଲୋକେ ଅନେକ ପ୍ରଶ୍ନ କରୁଥିଲେ । ଏବେ ତାହାର ଅବସାନ ହୋଇଛି।”

ଉଲ୍ଲେଖଯୋଗ୍ୟ ଯେ ସୁନୀତା ବିଶ୍ୱାଳ ୨୦୧୯ ସାଧାରଣ ନିର୍ବାଚନର ମାତ୍ର କିଛି ଦିନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜେ ତାଙ୍କୁ ଦଳକୁ ସ୍ୱାଗତ କରିଥିଲେ । ଏହାପରେ ୨୦୧୯ ନିର୍ବାଚନରେ ସୁନ୍ଦରଗଡ ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ । କିନ୍ତୁ ବିଜେପିର ଜୁଏଲ୍ ଓରାମଙ୍କ ଠାରୁ ପରାସ୍ତ ହୋଇଥିଲେ ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କେନ୍ଦ୍ର ବିରୋଧରେ ବର୍ଷିଲେ ରାଜା ସ୍ୱାଇଁ, କାହିଁକି ଜାଣନ୍ତୁ

    ଖଣିଜ ସମ୍ପଦ ଉପରେ ଓଡ଼ିଶାର ଅଧିକାର କ୍ଷୁର୍ଣ୍ଣ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର ବୋଲି କହି ବର୍ଷିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ରାଜସ୍ୱ ଆଦାୟ କ୍ଷମତା ଉପରେ କଟକଣା ଲଗାଇବାକୁ କେନ୍ଦ୍ର ସରକାର ଉଦ୍ୟମ କରୁଥିବା ଅଭିଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ