ବିଜେଡି ମିଡିଆ ସେଲ୍ଟି ମ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ବିଜେପିର କୁଶାସନରେ ଅତିଷ୍ଠ ଓଡ଼ିଶାବାସୀଙ୍କୁ ଶାଣିତ ଓ ସଚେତନ କରିବ ବିଜେଡି

ଭୁବନେଶ୍ୱର, ୦୩/୧୦/୨୦୨୬: ଭାରତୀୟ ଜନତା ପାର୍ଟି ସରକାରର କୁଶାସନ ଓ କୁପରିଚାଳନାରେ ଓଡ଼ିଶାବାସୀ ଅତିଷ୍ଠ ହୋଇଗଲେଣି । ସାରା ରାଜ୍ୟରେ ଲୋକେ ଏବେ ଏଭଳି ଲୋକବିରୋଧୀ ଶାସନରେ ତ୍ରାହି ତ୍ରାହି ଡାକୁଛନ୍ତି । ତେଣୁ ଏକ ଦାୟିତ୍ୱସମ୍ପନ୍ନ ବିରୋଧୀ ଦଳ ଭାବେ ଓଡ଼ିଶାବାସୀଙ୍କୁ ଶାଣିତ ଓ ସଚେତନ କରିବା ଏବଂ ଓଡ଼ିଶାର ଲୋକମାନଙ୍କ ସ୍ୱାର୍ଥ ପାଇଁ ଲଢ଼େଇ କରିବାକୁ ବିଜେଡିର ରାଜ୍ୟ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ନବଗଠିତ ବିଜେଡି ମିଡିଆ ସେଲ୍ର ସଂଯୋଜକ ଟିମ୍କୁ ନିଦେ୍ର୍ଦଶ ଦେଇଛନ୍ତି ।

ଆଜି ସନ୍ଧ୍ୟାରେ ନବୀନ ନିବାସରେ ଅନୁଷ୍ଠିତ ଏକ ବୈଠକରେ ଶ୍ରୀ ନବୀନ ପଟ୍ଟନାୟକ ନବଗଠିତ ମିଡିଆ ସେଲ୍ର ସଂଯୋଜକ ଟିମ୍ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବା ସହିତ ବିଜେପିର କଳାକାରନାମା ଓ ରାଜ୍ୟ ସରକାରଙ୍କ ଅପାରଗତାକୁ ଲୋକଙ୍କ ନିକଟରେ ସଠିକ୍ ଭାବରେ ପହଞ୍ଚାଇବାକୁ ପରାମର୍ଶ ଦେଇଥିଲେ । ଏଥିରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ବୈଦୁ୍ୟତିକ ଗଣମାଧ୍ୟମ, ମୁଦି୍ରତ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକ୍ରମ ଏବଂ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ପୁଙ୍ଖାନୁପୁଙ୍ଖ ଭାବରେ ଜନସାଧାରଣଙ୍କ ପାଖରେ ପହଞ୍ଚାଯିବ । ଭାରତୀୟ ଜନତା ପାର୍ଟି ଉପରେ ଜନସାଧାରଣଙ୍କ ମଧ୍ୟରେ ଯେଉଁ ତୀବ୍ର ଅସନ୍ତୋଷ ରହିଛି, ତାକୁ ଦୁର୍ବାର ଜନଆନେ୍ଦାଳନ ମାଧ୍ୟମରେ ତୋଳି ଧରିବାକୁ ନିଷ୍ପତ୍ତି ହୋଇଥିଲା । ଜନସାଧାରଣଙ୍କ ସାହାଯ୍ୟ, ସହଯୋଗ ଓ ଆଶୀର୍ବାଦରେ ଦଳ ଆଗକୁ ବଢ଼ିବ ଏବଂ ଓଡ଼ିଶାବାସୀଙ୍କ ସେବା ଜାରି ରଖିବ ବୋଲି ଏହି ବୈଠକରେ ମତ ପ୍ରକାଶ ପାଇଥିଲା ।

ଏହି ବୈଠକରେ ମିଡିଆ ସେଲ୍ର ବିଭିନ୍ନ ଗଣମାଧ୍ୟମ ସଂଯୋଜକ ଟିମ୍ର ଦାୟିତ୍ୱ ପାଇଥିବା ବରିଷ୍ଠ ନେତା ଶ୍ରୀ ସଞ୍ଜୟ ଦାସବର୍ମା, ଡ଼ ଅରୁଣ କୁମାର ସାହୁ, ଶ୍ରୀ ପ୍ରତାପ ଜେନା, ଶ୍ରୀ ଗୌତମବୁଦ୍ଧ ଦାସ, ଶ୍ରୀ ପ୍ରଣବ ବଳବନ୍ତରାୟ, ଡ଼ ଲେନିନ ମହାନ୍ତି, ଡ଼ ପି୍ରୟବ୍ରତ ମାଝୀ, ଶ୍ରୀ ସ୍ୱୟଂପ୍ରକାଶ ମହାପାତ୍ର ଓ ଅମରେଶ ପତ୍ରି ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    କଲେଜ ନିର୍ବାଚନ : ସୋମବାର ସୁଦ୍ଧା କାର୍ଯ୍ୟସୂଚୀ

    ଭୁବନେଶ୍ୱର, ୩ ।୧୦ : ଖୁବ୍‌ଶୀଘ୍ର କଲେଜ ନିର୍ବାଚନ ତାରିଖ ଘୋଷଣା କରାଯିବ । ଆଜି ତାରିଖ ଘୋଷଣା ହେବବୋଲି ଅନୁମାନ କରାଯାଉଥିଲା । ତେବେ ରାଜନୀତିକ କାରଣବଶତଃ ତାରିଖ ଘୋଷଣା ହୋଇପାରିନାହିଁ । ରବିବାର କିମ୍ବା ସୋମବାର କଲେଜ ନିର୍ବାଚନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ