ବିଜ୍ଞପ୍ତି ପ୍ରକାଶ: ଏଣିକି ଅଫିସରେ ସର୍ବନିମ୍ନ ୭ ଘଣ୍ଟା ୩୦ ମିନିଟ୍ ଉପସ୍ଥିତ ରହିବାକୁ ପଡିବ

ଭୁବନେଶ୍ବର: ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ କଡା ନିୟମ । ଏଣିକି ଠିକ୍ ସମୟରେ ଅଫିସ ଆସିବେ କର୍ମଚାରୀ । ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ବିଜ୍ଞପ୍ତି ଅନୁସାରେ, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ କର୍ମଚାରୀ ବାୟୋ ମେଟ୍ରିକ୍ ଉପସ୍ଥାନ ଅନୁସାରେ “ଅଫିସ୍ ଇନ୍” ଏବଂ “ଅଫିସ୍ ଆଉଟ୍” ସମୟ ରେକର୍ଡ କରିବାକୁ ବାଧ୍ୟ । ସମ୍ପୃକ୍ତ କର୍ମଚାରୀ “ଅଫିସ୍ ଆଉଟ୍” ରେକର୍ଡ ନଥିଲେ “ସେ ଦିନ ଡ୍ୟୁଟିରୁ ଅନୁପସ୍ଥିତ” ବୋଲି ଧରାଯିବ । ସମସ୍ତ କର୍ମଚାରୀ ସକାଳ ୧୦ଟା ସୁଦ୍ଧା ଅଫିସ୍ ଆସିବେ ଏବଂ ସନ୍ଧ୍ୟା ୫ଟା ୩୦ ପରେ ଯିବେ । ଅଫିସରେ ସର୍ବନିମ୍ନ ୭ ଘଣ୍ଟା ୩୦ ମିନିଟ୍ ଉପସ୍ଥିତ ରହିବାକୁ ପଡିବ । ସ୍ବାସ୍ଥ୍ୟ ଗତ ସମସ୍ୟା ବା ଅନ୍ୟାନ୍ୟ ଜରୁରୀକାଳୀନ ପରିସ୍ଥିତିରେ ଉପରିସ୍ଥ ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇବେ ।

ଅଫିସରେ ୭ ଘଣ୍ଟା ୩୦ ମିନିଟ୍ କାର୍ୟ୍ୟ ନକଲେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ନିଆଯିବ । କାର୍ୟ୍ୟ ସମୟ ୪ ଘଣ୍ଟାରୁ କମ୍ ହେଲେ ଗୋଟିଏ ଦିନର ଛୁଟି ବାଧ୍ୟତାମୂଳକ ଭାବରେ କାଟି ଦିଆଯିବ । ଗୋଟିଏ ମାସରେ ତିନି ଦିନ ବିଳମ୍ବରେ ଉପସ୍ଥିତ ରହିଲେ ଗୋଟିଏ ଦିନର ଛୁଟି ବାତିଲ ହେବ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ