ବିଦେଶୀ ମୁଦ୍ରା ଭଣ୍ଡାର ୧୦.୫ ବିଲିଅନ ଡଲାର ବଢ଼ିଲା

ନୂଆଦିଲ୍ଲୀ : ଜୁଲାଇ ୩୧ରେ ଶେଷରେ ଭାରତର ବିଦେଶୀ ମୁଦ୍ରା ଭଣ୍ତାରରେ ୧୦.୫ ବିଲିଅନ ଡଲାରର ବୃଦ୍ଧି ହୋଇଛି। ଏଥିଯୋଗୁଁ ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ୬୯୨.୮୭ ବିଲିଅନ ଡଲାର ସ୍ତରରେ ପହଞ୍ଚିଛି। ଗତ ଦୁଇ ମାସରୁ ଅଧିକ ସମୟ ମଧ୍ୟରେ ବିଦେଶୀ ମୁଦ୍ରା ଭଣ୍ଡାର ସର୍ବୋଚ୍ଚ ସ୍ତରକୁ ଯାଇଛି। ବିଦେଶୀ ମୁଦ୍ରା ପରିସମ୍ପତ୍ତି (ଏଫ୍‌ସିଏ) ୮.୭୫ ବିଲିଅନ ଡଲାର ବୃଦ୍ଧି ଘଟି ୫୬୪.୬୮ ବିଲିଅନ ଡଲାରରେ ପହଞ୍ଚିଥିବାବେଳେ ଗଚ୍ଛିତ ସୁନା ମୂଲ୍ୟ ୧.୬୯ ବିଲିଅନ ଡଲାର ବୃଦ୍ଧି ଘଟି ୧୦୪.୭୪ ବିଲିଅନ ଡଲାରରେ, ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠିରେ ସ୍ପେସାଲ ଡ୍ରଇଂ ରାଇଟ୍‌ସ (ଏସ୍‌ଡିଆର୍‌) ୪୮ ନିୟୁତ ଡଲାର ବୃଦ୍ଧି ଘଟି ୧୮.୬୭ ବିଲିଅନ ଡଲାର ସ୍ତରରେ ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ପ୍ରକାଶିତ ତଥ୍ୟ ଅନୁଯାୟୀ, ଜୁଲାଇ ୩୧ର ପୂର୍ବ ସପ୍ତାହରେ ବିଦେଶୀ ମୁଦ୍ରା ଭଣ୍ଡାରରେ ୬.୧ ବିଲିଅନ ଡଲାର ବୃଦ୍ଧି ଘଟି ୬୮୨.୩୫ ବିଲିଅନ ଡଲାରରେ ରହିଥିଲା। ଉଲ୍ଲେଖଥାଉ କି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ପୂର୍ବରୁ ଭାରତର ବିଦେଶୀ ମୁଦ୍ରା ଭଣ୍ଡାର ରେକର୍ଡ ୭୨୮.୪୯୪ ବିଲିଅନ ଡଲାର ଛୁଇଁଥିଲା, କିନ୍ତୁ ପରବର୍ତ୍ତୀ ପର୍ଯ୍ୟାୟରେ ଏଥିରେ ହ୍ରାସ ଓ ଅସ୍ଥିରତା ଦେଖାଯାଇଥିଲା।​‌ ତେବେ ବର୍ତ୍ତମାନ ପରିସ୍ଥିତିରେ ସୁଧାର ଆସିଛି।

  • Related Posts

    ବର୍ଷା ଏବଂ ଭୂସ୍ଖଳନ ପାଇଁ ଅମରନାଥ ଯାତ୍ରା ସ୍ଥଗିତ

    ନୂଆଦିଲ୍ଲୀ: ଲଗାତାର ବର୍ଷା ଓ ଭୂସ୍ଖଳନ ଯୋଗୁଁ ରାସ୍ତାଘାଟରେ ବ୍ୟାପକ କ୍ଷୟକ୍ଷତି ହେବା ପରେ ଚଳିତବର୍ଷର ବାବା ଅମରନାଥ ଯାତ୍ରାକୁ ନିର୍ଦ୍ଧାରିତ ସମୟର ୨୦ ଦିନ ପୂର୍ବରୁ ସ୍ଥଗିତ ରଖାଯାଇଛି। ସୁରକ୍ଷା ଦୃଷ୍ଟିରୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜିଠାରୁ ଆଉ…

    Continue reading
    ଜେଡି ଭାନ୍ସଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    ନୂଆଦିଲ୍ଲୀ: ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ସହ ଫୋନରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତକାଲି(ଶନିବାର) ବିଳମ୍ବିତ ରାତିରେ ଉଭୟଙ୍କ ମଧ୍ୟରେ ଫୋନରେ ଆଲୋଚନା ହୋଇଥିବା ନେଇ ସୋସିଆଲ ମିଡିଆ Xରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ