ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ସ୍ୱାମୀ-ସ୍ତ୍ରୀ ମୃତ

ଲମତାପୁଟ: ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ ସ୍ୱାମୀ-ସ୍ତ୍ରୀ । ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ । ମୃତକ ନନ୍ଦପୁର ଥାନା ଅଧୀନର ଗେରୁପୁଟ ଗାଁର ବଳରାମ ଗାଲେଲ୍ ଓ ବଲା ଗାଲେଲ୍ ବୋଲି ଜଣାପଡ଼ିଛି । କୋରାପୁଟ ଜିଲ୍ଲା ଲମତାପୁଟ ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ବଳରାମ ଗାଲେଲ୍ ଓ ବଲା ଗାଲେଲ୍ ନନ୍ଦପୁର ହାଟ ପଦା ନିକଟରେ ଚା ଦୋକାନ କରନ୍ତି । ସୋମବାର ସନ୍ଧ୍ୟା ସମୟରେ କାଠ ଆଣିବା ପାଇଁ ଉଭୟ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ । କିନ୍ତୁ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ଗାଁ ଲୋକେ ତାଙ୍କୁ ଖୋଜା ଖୋଜି କରିଥିଲେ । ଶେଷରେ ଜଙ୍ଗଲ ଭିତରେ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସହିତ ଉଭୟଙ୍କ ମୃତଦେହ ଦେଖିବାକୁ ମିଳିଥିଲା । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ନନ୍ଦପୁର ପୋଲିସ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି