ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ସ୍ୱାମୀ-ସ୍ତ୍ରୀ ମୃତ

ଲମତାପୁଟ: ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ ସ୍ୱାମୀ-ସ୍ତ୍ରୀ । ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ । ମୃତକ ନନ୍ଦପୁର ଥାନା ଅଧୀନର ଗେରୁପୁଟ ଗାଁର ବଳରାମ ଗାଲେଲ୍ ଓ ବଲା ଗାଲେଲ୍ ବୋଲି ଜଣାପଡ଼ିଛି । କୋରାପୁଟ ଜିଲ୍ଲା ଲମତାପୁଟ ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ବଳରାମ ଗାଲେଲ୍ ଓ ବଲା ଗାଲେଲ୍ ନନ୍ଦପୁର ହାଟ ପଦା ନିକଟରେ ଚା ଦୋକାନ କରନ୍ତି । ସୋମବାର ସନ୍ଧ୍ୟା ସମୟରେ କାଠ ଆଣିବା ପାଇଁ ଉଭୟ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ । କିନ୍ତୁ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ଗାଁ ଲୋକେ ତାଙ୍କୁ ଖୋଜା ଖୋଜି କରିଥିଲେ । ଶେଷରେ ଜଙ୍ଗଲ ଭିତରେ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସହିତ ଉଭୟଙ୍କ ମୃତଦେହ ଦେଖିବାକୁ ମିଳିଥିଲା । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ନନ୍ଦପୁର ପୋଲିସ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ