ବିଦ୍ୟୁତ ଅଘାତରେ ଜଣେ ମୃତ, ୨ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଚିନାମାଳିପଶି ଗ୍ରାମର ତଣ୍ଡିଆ ସାହିରେ ଅଘଟଣ । ବିଦ୍ୟୁତ ଆଘାତରୁ ଝିଆରୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ବଡ଼ବାପାଙ୍କ ଜୀବନ । ମୃତକ ହେଲେ ଦୁର୍ୟ୍ୟୋଧନ ବେହେରା । ଏହି ଦୁର୍ଘଟଣାରେ ଝିଆରୀ ଅଞ୍ଜଳି ବେହେରା ଓ କକା ଦୁଃଶାସନ ବେହେରା ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଚିକିତ୍ସା ପାଇଁ ପାଟଣା ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ, ସୋମବାର ସକାଳୁ ଝିଆରୀ ଅଞ୍ଜଳି ବେହେରା ଲୁଗା ଶୁଖାଉଥିଲେ । ଏହି ସମୟରେ ସେ ବିଦ୍ୟୁତ ତାର ସଂସ୍ପର୍ଷରେ ଆସିଥିଲେ । ଏହା ଦେଖି ବଡ଼ବାପା ଏବଂ କକା ଅଞ୍ଜଳିଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ । ହେଲେ ଦୁର୍ଭାଗ୍ୟବଶତଃ ବିଦ୍ୟୁତ ଆଘାତରେ ବଡ଼ବାପା ଦୁର୍ୟ୍ୟୋଧନ ବେହେରା ମୃତ୍ୟୁ ହୋଇଥିଲା । ଏହି ଦୁର୍ଘଟଣାରେ ଝିଆରୀ ଅଞ୍ଜଳି ବେହେରା ଓ କକା ଦୁଃଶାସନ ବେହେରା ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ପାଟଣା ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ