ବିଦ୍ୟୁତ ଆଘାତରେ କଲରାପତରିଆ ବାଘର ମୃତ୍ୟୁ

ଖଣ୍ଡପଡ଼ା : ଖଣ୍ଡପଡ଼ା ବନାଞ୍ଚଳ ସିଂଘାପଡ଼ା ସେକ୍ସନ ଅଧୀନ ବୁଢ଼ିଝାରୀ ସଂରକ୍ଷିତ ଜଙ୍ଗଲ ନିକଟରେ ବାର୍‌ହା ଶିକାର ଉଦ୍ଦେଶ୍ୟରେ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସ୍ପର୍ଶରେ ଆସି ଏକ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳୁ ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିବା ଲୋକେ ଏହା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ଖଣ୍ଡପଡ଼ା ବନାଞ୍ଚଳ ଅଧିକାରୀ ଉଦିତ୍‌ କୁମାର ପ୍ରଧାନ, ବନପାଳ ସନାତନ ସ୍ୱାଇଁ, କୈଳାସ ପ୍ରଧାନଙ୍କ ସମେତ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ବାଘର ମୃତଦେହ ଜବତ କରିଛନ୍ତି। ବିଦ୍ୟୁତ୍‌ ତାର ଯୋଗୁଁ କଲରାପତରିଆ ବାଘର ମୃତ୍ୟୁ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବନବିଭାଗ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି। ମୃତ ବାଘର ମାଂସ ଭୁବନେଶ୍ୱରସ୍ଥିତ ପରୀକ୍ଷାଗାରକୁ ପଠାଯିବ ବୋଲି ଖଣ୍ଡପଡ଼ା ବନାଞ୍ଚଳ ଅଧିକାରୀଙ୍କ କାର୍ୟ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି ହେଉଛି।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ