ବିଦ୍ୟୁତ ଆଘାତରେ ଯୁବକ ମୃତ

ଭୁବନେଶ୍ୱର: ବିଦ୍ୟୁତ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ । ମୃତକ ଯୋଡ଼ିପତର ଗାଁର କୃଷ୍ଣଚନ୍ଦ୍ର ଦଳବେହେରା ବୋଲି ଜଣାପଡ଼ିଛି । କ୍ଷତିପୂରଣ ଦାବିରେ ଚାନ୍ଦିପୁଟରେ ରାସ୍ତା ଅବରୋଧ କଲେ ଗାଁ ଲୋକେ । ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ଯୁବକ ଜଣକ କାମ କରିବାକୁ ଯାଉଥିଲେ । ତେବେ ସେଠାରେ ପୂର୍ବରୁ ବିଦ୍ୟୁତ ତାର ଛିଣ୍ଡି ଏକ ବାଡ଼ରେ ପଡ଼ିଥିଲା । ଏ ବିଷୟରେ ଯୁବକ ଜଣକ ଅବଗତ ନଥିଲେ । ଫଳରେ କାମ ଆରମ୍ଭ କରିବା ବେଳେ ବିଦ୍ୟୁତ ଆଘାତରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହା ଦେଖି ତାଙ୍କ ପରିବାର ଲୋକେ ତୁରନ୍ତ ଗାଁ ଲୋକଙ୍କୁ ଖବର ଦେଇ କ୍ଷତିପୂରଣ ପାଇଁ ରାସ୍ତା ଅବରୋଧ କରିଛନ୍ତି । ଏନେଇ ପୋଲିସ ଖବର ପାଇବା ପରେ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା ଚଳାଇଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ