ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ: ଗତ ସୋମବାର ଦିନ ତିଲେଇବଣୀ ବ୍ଲକର ଢ଼ୋଲପଡ଼ା,ଦୁଧିଆନାଳି, ତାଳକୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲ।। ଏହାସହିତ ବିଦ୍ୟୁତ୍ ସରାବରାହ ବ୍ୟାହାତ ହୋଇଥିଲା।ତେବେ ସଜାଡିବାକୁ ଆସିଥିବା କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟ ରେ ବାନ୍ଧିଲେ ଗ୍ରାମବାସୀ। ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକର ଦୁଧିଆନାଳୀ ଗ୍ରାମରେ ଏଭଳି ଏକ ଘଟଣା ଘଟିଛି। କାଳବୈଶାଖୀ ଯୋଗୁଁ ଚାରିଦିନ ହେଲା ସଂପୃକ୍ତ ଅଞ୍ଚଳ ରେ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ଥିଲା। ଗୁରୁବାର ବିଦ୍ୟୁତ ବିଭାଗ ପକ୍ଷରୁ ଏହାକୁ ସଜାଡିବାକୁ ଆସିଥିବା ବେଳେ ତିନି କର୍ମଚାରୀଙ୍କୁ ଉତ୍ୟକ୍ତ ଗ୍ରାମବାସୀ ଖୁଣ୍ଟରେ ବାନ୍ଧି ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ଘଟଣାସ୍ଥଳକୁ ଆସିବାକୁ ଦାବୀ କରିଛନ୍ତି। ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହେବାଯୋଗୁଁ ଫସଲ ଓ ପନିପରିବା ଚାଷ ନଷ୍ଟ ହୋଇଥିବା ଅଭିଯୋଗ କରି ଗ୍ରାମବାସୀ ଏଭଳି ପଦକ୍ଷେପ ନେଇଥିବା ଜଣାପଡିଛି । ଖବର ପାଇ କଂସର ଫାଣ୍ଡି ପୋଲିସ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ କରିଥିଲେ। ପୁଲିସ ପହଞ୍ଚିବା ପୂର୍ବରୁ ସଜାଡିବାକୁ ଆସିଥିବା କର୍ମଚାରୀଙ୍କୁ ଗ୍ରାମବାସୀ ମାନେ ଛାଡି ଦେଇଥିଲେ।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ