ବିଦ୍ୟୁତ ଚାହିଦା ପୂରଣ ନିମନ୍ତେ ରୋଡମ୍ୟାପ୍ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତା ୨୦୨୯-୩୦ ମସିହା ବେଳକୁ ରାଜ୍ୟରେ ପ୍ରାୟ ୧୦ହଜାର ମେଗାୱାଟର ବିଦ୍ୟୁତ ଆବଶ୍ୟକତା ରହିଛି । ଏହି ବିଦ୍ୟୁତ ଚାହିଦା ପୂରଣ ନିମନ୍ତେ ଏବେଠୁ ଏକ ରୋଡମ୍ୟାପ୍ ପ୍ରସ୍ତୁତ କରି ସେଦିଗରେ କାର୍ୟ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ବିଦ୍ୟୁତ ଭିତ୍ତିଭୂମି ଓ ଯୋଗାଣ ଆଦି ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଂଟନ ବ୍ୟବସ୍ଥା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ରାଜ୍ୟରେ ଏବେ ପ୍ରାୟ ୧କୋଟି ବିଦ୍ୟୁତ ଉପଭୋକ୍ତା ଅଛନ୍ତି । ସେମାନଙ୍କ ପାଇଁ ନିରବଚ୍ଛିନ୍ନ ଓ ନିର୍ଭରଯୋଗ୍ୟ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଅପରିହାର୍ୟ୍ୟ । ଦ୍ରୁତ ଶିଳ୍ପାୟନ, ଆର୍ଥିକ ଅଭିବୃଦ୍ଧି ଯୋଗୁ ରାଜ୍ୟରେ ବିଦ୍ୟୁତ ଚାହିଦା ଦ୍ରୁତଗତିରେ ବଢ଼ୁଛି । ଆସନ୍ତା ୫ବର୍ଷ ମଧ୍ୟରେ ଅର୍ଥାତ୍ ୨୦୨୯-୩୦ ମସିହା ବେଳକୁ ବିଦ୍ୟୁତ ଚାହିଦାକୁ ଦୃଷ୍ଟିରେ ରଖି ବିଦ୍ୟୁତ ଉତ୍ପାଦନ, ସରବରାହ ଓ ବିତରଣ ବ୍ୟବସ୍ଥାର ରୋଡମ୍ୟାପ୍ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
୨୦୨୯-୩୦ ମସିହା ବେଳକୁ ରାଜ୍ୟରେ ପିକ୍ ଡିମାଣ୍ଡ ପ୍ରାୟ ୧୦ହଜାର ମେଗାୱାଟ ରହିବ । ଏହି ଚାହିଦା ପୂରଣ କରିବାକୁ ଏକ ରୋଡମ୍ୟାପ୍ ପ୍ରସ୍ତୁତ କରିବା ଆବଶ୍ୟକ । ଏଥିପାଇଁ ନୂଆ ପ୍ରାଇମେରୀ ସବଷ୍ଟେସନ, ନୂଆ ୩୩କେଭି ଓ ୧୧କେଭି ଲାଇନ୍ ଆଦି ଭିତ୍ତିଭୂମିର ବିକାଶ ଆବଶ୍ୟକ । ଏବେ କାର୍ୟ୍ୟକ୍ଷମ ଥିବା ୩୩/୧୧ କେଭି ଫିଡରଗୁଡ଼ିକୁ ସୁଦୃଢ଼ କରିବା ଓ ଉଚ୍ଚକ୍ଷମତା ସମ୍ପନ୍ନ ଟ୍ରାନ୍ସଫର୍ମର ବସାଇବା ଉପରେ ବୈଠକରେ ଆଲୋଚନା ହୋଇଥିଲା । ବଜେଟରେ ବିଦ୍ୟୁତ୍ କ୍ଷେତ୍ର ପାଇଁ ଆବଶ୍ୟକ ବ୍ୟୟବରାଦ କରି ରାଜ୍ୟକୁ ସର୍ବଦା ଶକ୍ତି କ୍ଷେତ୍ରରେ ବଳକା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହାସହିତ ବିଦ୍ୟୁତ ବିତରଣ ସମ୍ପର୍କିତ ସମସ୍ତ ଅଭିଯୋଗର ସମୟାନୁସାରେ ସମାଧାନ, ଅକ୍ଷୟଶକ୍ତିର ବିକାଶ ଓ ବ୍ୟବହାର ବୃଦ୍ଧି, ପ୍ରାକୃତିକ ବିପର୍ୟ୍ୟୟରୋଧୀ ବିଦ୍ୟୁତ ଭିତ୍ତିଭୂମି ନିର୍ମାଣ, ବିଦ୍ୟୁତ କ୍ଷେତ୍ରରେ ଦକ୍ଷ ଓ ଆବଶ୍ୟକୀୟ ମାନବସମ୍ବଳ ନିଯୁକ୍ତି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ବାତ୍ୟା ‘ଦାନା’ ମୁକାବିଲାରେ ନିୟୋଜିତ ବିଦ୍ୟୁତ କର୍ମଚାରୀମାନେ ନିର୍ଦ୍ଦିଷ୍ଟ ଅବଧି ମଧ୍ୟରେ ବିଦ୍ୟୁତ ଯୋଗାଣ ସ୍ୱାଭାବିକ କରିଥିବାରୁ ସେମାନଙ୍କୁ ପ୍ରଂଶସା କରିଛନ୍ତି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ