ବିଧାନସଭାରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପସ୍ଥିତ ରହିଥିଲେ ବାଚସ୍ପତି ସୁରମା ପାଢ଼ୀ , ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ସହ ଅନ୍ୟ ସରକାରୀ ପ୍ରଶାସନିକ ଅଧିକାରୀ ମଧ୍ୟ ସାମିଲ ହୋଇଥିଲେ । ବିଜୁ ବାବୁଙ୍କ ବୀରତ୍ବର ଗାଥା ସମସ୍ତେ ବଖାଣିଛନ୍ତି । ବିଜୁ ପଟ୍ଟନାୟକଙ୍କ ସାହସ ଓ ଓଡ଼ିଶା ଲୋକମାନଙ୍କ ପ୍ରତି ତାଙ୍କର ଅବଦାନ ବିଷୟରେ ବଖାଣିଛନ୍ତି ।
କେବଳ ଓଡ଼ିଶା କିମ୍ବା ଭାରତରେ ନୁହେଁ ବରଂ ଅନ୍ୟ ଦେଶମାନଙ୍କରେ ମଧ୍ୟ ବିଜୁ ବାବୁଙ୍କୁ ସମ୍ମାନ ଦିଆଯାଉଛି । ଆଜି ସମସ୍ତେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ମନେ ପକାଇଛନ୍ତି । ସବୁଠୁ ବଡ଼ କଥା ହେଉଛି ସ୍ବାଧୀନତା ସଂଗ୍ରାମ ଓ ଆଧୁନିକ ଓଡ଼ିଶା ଗଠନର ମୁଖ୍ୟ ପୁରୋଧାଙ୍କୁ ମନେ ପକାଉଛି ଆଜି ସାରା ଭାରତବର୍ଷ । ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକୀରେ ଆଜି ବିଭିନ୍ନ ସ୍ଥାନରେ କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି ।

  • Related Posts

    ବଲାଙ୍ଗିରରେ କାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

    ବଲାଙ୍ଗିର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ବଲାଙ୍ଗିର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବଲାଙ୍ଗିର…

    Continue reading
    ସୁବର୍ଣ୍ଣପୁରରେ ୧୮ରୁ ୨୨ ସ୍କୁଲ ଛୁଟି

    ସୁବର୍ଣ୍ଣପୁର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୨ ତାରିଖ ପର୍ୟ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ