
ଭୁବନେଶ୍ୱର: ବିଧାନସଭା ପ୍ରଶ୍ନକାଳ ଆରମ୍ଭ ପୁର୍ବରୁ ଗଙ୍ଗା ଜଳ ଛିଞ୍ଚିଲା ବିଜେଡି । ବିଧାନସଭା ଚାରିପଟେ ଗଙ୍ଗାଜଳ ଛିଞ୍ଚି ପବିତ୍ର କରିଛି ବିଜେଡି । ତେବେ ଗଙ୍ଗାଜଳ ଛିଞ୍ଚିଛନ୍ତି ବିଜେଡି ବିଧାୟକ। । ତେବେ ଏଭଳି କରିବାର କାରଣ ବିଧାନସଭାରେ ପୋଲିସ୍ ପଶି ବିଧାୟକଙ୍କ ଉପରକୁ ଆକ୍ରମଣ କରିଥିଲା । ବିଧାନସଭାରେ କେବେ ପୋଲିସ ପଶିନଥିଲା କିମ୍ବା ବିଧାୟକଙ୍କ ଉପରକୁ କେବେ ଆକ୍ରମଣ କରିନଥିଲା ।
ବିଧାନସଭା ପୋଲିସ୍ ପଶି ଅପବିତ୍ର କରିଛି ଯାହାଦ୍ୱାରା ବିଧାନସଭା ଅପବିତ୍ର ହୋଇଛି । ସେଥିପାଇଁ ବିଧାନସଭାରେ ପଶିବା ପୂର୍ବରୁ ବିଧାନସଭା ଚାରିପଟେ ମାଟି କଳସରେ ଗଙ୍ଗା ଜଳ ଧରି ଆମ୍ବଡାଳରେ ସିଞ୍ଚନ କରିଛନ୍ତି ବିଜେଡ଼ି ସଦସ୍ୟ ।







