ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆରମ୍ଭ । ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଶୀତ ଅଧିବେଶନ । ଏଥିରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି । ଶୀତ ଅଧିବେଶନର ପ୍ରାରମ୍ଭରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଏହାକୁ ସମର୍ଥନ କରିଛନ୍ତି ବିରୋଧ ଦଳ ନେତା ନବୀନ ପଟ୍ଟନାୟକ । ଏହା ସହିତ ବାତ୍ୟା ଅର୍ଣ୍ଣବ ଜନିତ ଭୂସ୍ଖଳନରେ ମୃତକଙ୍କ ପରିବାରକୁ ସମବେଦନା ଗୃହରେ ଜଣାଯାଇଛି ।

ଅନ୍ୟପଟେ ଆଜି ଅପରାହ୍ନରେ ୨୦୨୬- ୨୭ ମସିହାର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏପଟେ ପ୍ରଥମ ଦିନରୁ ହିଁ ଗୃହ ସରଗରମ ହୋଇପାରେ । ବାତ୍ୟା ଓ ବନ୍ୟା ପରିଚାଳନାରେ ସରକାରଙ୍କ ବିଫଳତାକୁ ନେଇ ସ୍ୱତନ୍ତ୍ର ଆଲୋଚନା ପାଇଁ ମୋସନ ଦେଇଛି ବିଜେଡି । ଏହାସହ ଭତ୍ତା ସମସ୍ୟା, କୋଟିଆ, ଆଇନ ଶୃଙ୍ଖଳା, ଧାନ ପଞ୍ଜିକରଣ, ଏମଏମଡିଆର୍, ମହାନଦୀ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ ।

ସେହିପରି ଶାସକ ଦଳ ସରକାରଙ୍କ ସଫଳତାକୁ ଉଠାଇବା ସହ ବିରୋଧୀଙ୍କ ସବୁ ପ୍ରଶ୍ନର ଉତ୍ତର ଦେବା ପାଇଁ ପ୍ରସ୍ତୁତ ଥିବା କହିଛନ୍ତି । ଶୋକ ପ୍ରସ୍ତାବ ପରେ ପରେ ପ୍ରଶ୍ନକାଳ ଆରମ୍ଭ ହେବ । ପ୍ରଶ୍ନକାଳରେ କୃଷି କୃଷକ ସଶକ୍ତିକରଣ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ସମବାୟ, ଶକ୍ତି, ବୟନ ଶିଳ୍ପ , ହସ୍ତତନ୍ତ ଓ ହସ୍ତଶିଳ୍ପ , MSME, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି।

  • Related Posts

    ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ

    ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଆସିଛି ଅତିରିକ୍ତ ବଜେଟ୍। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ କରିଛନ୍ତି। ଅତିରିକ୍ତ ବଜେଟରେ କୃଷି ଓ କୃଷକଙ୍କ କଲ୍ୟାଣ…

    Continue reading
    ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ଆର୍‌ଡିସି

    ଇନ୍ଦ୍ରଗଡ଼ ପଞ୍ଚାୟତ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକରେ ବାତ୍ୟା ‘ଅର୍ଣ୍ଣବ’ ଯୋଗୁଁ ଘଟିଥିବା ବ୍ୟାପକ କ୍ଷୟକ୍ଷତି ଏବଂ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସହ ଆଗାମୀ ବାତ୍ୟା ଆକଭନ ର ପ୍ରସ୍ତୁତ ସମ୍ପର୍କରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !