ବିଧାନସଭା, ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ମୌସୁମି ଅଧିବେଶନ ଆସନ୍ତା ୨୨ ତାରିଖରୁ ଅନୁଷ୍ଠିତ ହେବ। ଏହା ପୂର୍ବରୁ ସୋମବାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ଣ ୧୧ଟା ୩୦ରେ ସର୍ବଦଳୀୟ ବୈଠକ ବସିବ। ବାଚସ୍ପତିଙ୍କ ବିଧାନସଭା ପ୍ରକୋଷ୍ଠରେ ବୈଠକ ଅନୁଷ୍ଠିତ ହେବ। ସର୍ବଦଳୀୟ ବୈଠକରେ ବାଚସ୍ପତି ଶ୍ରୀମତୀ ପାଢ଼ୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ବିଜେଡିର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ ସିପିଆଇ(ଏମ୍‌) ବିଧାୟକ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ଉପସ୍ଥିତ ରହିବେ। ମୌସୁମି ଅଧିବେଶନରେ ଗୃହ କିପରି ସ୍ବାଭାବିକ ଭାବେ ଚାଲିବ ସେ ପ୍ରସଙ୍ଗରେ ଶାସକ ଏବଂ ବିରୋଧୀ ଦଳ ଆଲୋଚନା କରିବେ।
ଚଳିତ ମୌସୁମି ଅଧିବେଶନରେ ଗୃହରେ ସରକାରଙ୍କୁ ଘେରିବା ପାଇଁ ବିରୋଧୀ କଂଗ୍ରେସ ବିଧାୟକ ଦଳ ବୈଠକ ବସିବ। ୨୨ତାରିଖ ପୂର୍ବାହ୍ଣ ୯ଟାରେ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ କାଡ଼ାମଙ୍କ ବିଧାନସଭା ପ୍ରକୋଷ୍ଠରେ କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଗୃହକୁ କଂଗ୍ରେସ ବିଧାୟକମାନେ ଯିବା ପୂର୍ବରୁ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିବେ। କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ କାଡ଼ାମ କହିଛନ୍ତି, ଡବଲ ଇଞ୍ଜିନ ସରକାର ସମସ୍ତ କ୍ଷେତ୍ରରେ ବିଫଳ ହୋଇଛି। ଏହି ଅଧିବେଶନରେ କଂଗ୍ରେସ ଆଦିବାସୀଙ୍କ ବିକାଶ କଥା ଉତ୍ଥାପନ କରିବ। ‘ପେଶା’ ଆଇନ ଲାଗୁ କରିବାକୁ ବିଜେପି ପ୍ରତିଶ୍ରୁତି ଦେଇ ସରକାରକୁ ଆସିଛି। କିନ୍ତୁ ଅଢ଼େଇ ବର୍ଷ ଭିତରେ ‘ପେଶା’ ଆଇନ ଲାଗୁ ହେଲାନାହିଁ। ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ଛାପା, ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ, ନିଯୁକ୍ତି ଦିଆ ନ ଯିବାରୁ ରାଜ୍ୟରେ ବେକାରୀ ଶିକ୍ଷିତ ଯୁବକ ଯୁବତୀଙ୍କ ସଂଖ୍ୟା ବଢ଼ିବା ଏବଂ ମହାନଦୀ ଜଳବିବାଦ ପ୍ରସଙ୍ଗ ଆଦି ପ୍ରସଙ୍ଗ କରିବ କଂଗ୍ରେସ।
ସେହିପରି ସନ୍ଧ୍ୟା ୫ଟାରେ ଶଙ୍ଖ ଭବନରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ବିରୋଧୀଙ୍କୁ ଗୃହରେ ଏବଂ ଗୃହ ବାହାରେ ମୁକାବିଲା କରିବା ପାଇଁ ଶାସକ ବିଜେପି ବିଧାୟକ ଦଳ ବୈଠକ ସୋମବାର ସନ୍ଧ୍ୟା ୬ଟାରେ ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶାସକ ବିଧାୟକ ଦଳ ବୈଠକ ବସିବ। ଶାସକ ଦଳ ଉପ-ମୁଖ୍ୟ ସଚେତକ ଗୋବିନ୍ଦ ଦାସ କହିଛନ୍ତି, ବିରୋଧୀ ବିଜେଡି ଏବଂ କଂଗ୍ରେସ ଯେଉଁ ରଣନୀତି ପ୍ରସ୍ତୁତ କରିବେ ଗୃହରେ ଏବଂ ଗୃହ ବାହାରେ ଶାସକ ଦଳ ତାକୁ ମୁକାବିଲା କରିବାକୁ ପ୍ରସ୍ତୁତ ରହିଛି। ଅନ୍ୟପକ୍ଷରେ ବିରୋଧୀଙ୍କ ପାଖରେ ମାଳମାଳ ପ୍ରସଙ୍ଗ ରହିଥିବାରୁ ବିଧାନସଭାରେ କିଭଳି ଶାସକ ଦଳ ତାହାର ଜବାବ ରଖିବ ତାହା ମୌସୁମି ଅଧିବେଶନ ଆରମ୍ଭ ହେଲେ ଜଣାପଡ଼ିବ ବୋଲି ରାଜନୈତିକ ସମୀକ୍ଷକଙ୍କ ମହଲରେ ଆଲୋଚନା ହେଉଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ