ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, ୦୯/୧୦:ମାନବସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିରାଶ୍ରୟ ଓ ନିଃସହାୟ ବ୍ୟକ୍ତିମାନଙ୍କର ସେବାକରି ନିଜର ସେବା ମନୋବୃତ୍ତିକୁ ଯେଭଳି ଚରିତାର୍ଥ କରିଥିଲେ, ସେଭଳି ଯୁବସମାଜକୁ ଆଦର୍ଶ ମାର୍ଗରେ ଗଢ଼ିତୋଳିବା ପାଇଁ ସର୍ବଦା ତତ୍ପର ଥିଲେ । ବନ୍ୟା, ବାତ୍ୟା, ମରୁଡ଼ି, ଦୁର୍ବିପାକରେ ପ୍ରପୀଡ଼ିତ ଜନତାଙ୍କୁ ନିଃସ୍ୱାର୍ଥ ସେବା, ସାହାଯ୍ୟ ଓ ସହାନୁଭୂତି ଯୋଗାଇଦେଇ ପଣ୍ଡିତ ଗୋପବନ୍ଧୁ ମାନବୀୟ ଗୁଣ ଏବଂ ଚିନ୍ତା-ଚେତନାରେ ଉତ୍କଳୀୟ ଭାବନା ରଖି ଜାତୀୟତାର ଉଦାହରଣ ସୃଷ୍ଟି କରିଯାଇଛନ୍ତି । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ପାଳନ ଅବସରରେ ଆଜି ବିଧାନସଭା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଉପବାଚସ୍ପତି ଶ୍ରୀ ଭାବନୀଶଙ୍କର ଭୋଇ, ସରକାରୀ ଦଳ ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ଶ୍ରୀ ବାବୁ ସିଂ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ଶ୍ରୀ ପି୍ରୟଦର୍ଶୀ ମିଶ୍ର, ଲୋକସେବକ ମଣ୍ଡଳର ସର୍ବଭାରତୀୟ ସମ୍ପାଦକ ତଥା ସମାଜର ପ୍ରକାଶକ ଶ୍ରୀ ରାଜେନ୍ଦ୍ର କୁମାର ଜେନା, ଉତ୍କଳ ସମ୍ମିଳନୀର କାର୍ଯ୍ୟକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରାଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ଅବସରରେ ଶ୍ରୀ ଲକ୍ଷ୍ମୀକାନ୍ତ ପାଲିତ ଓ ସାଥି କଳାକାରମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ