ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧଦିବସ

ଭୁବନେଶ୍ୱର: ମହାନ ବିପ୍ଳବୀ, ସର୍ବୋଦୟ ନେତା, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ । ସେ ସର୍ବଦା ଦରିଦ୍ର ଅବହେଳିତ, ଦଳିତଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିନେଇଥିଲେ । ଜଣେ ନିଷ୍ଠାପର ଜନନାୟକ ଏବଂ ବିପ୍ଳବୀର ସମସ୍ତ ଗୁଣ ତାଙ୍କଠାରେ ପରିପୂର୍ଣ୍ଣ ଥିଲା । ସେ ସଂଭ୍ରାନ୍ତ ଓ ଜମିଦାର ପରିବାରରେ ଜନ୍ମଗ୍ରହଣ କରିଥିଲେ ମଧ୍ୟ ସମାଜର ଦଳିତ ଓ ନିଷ୍ପେସିତ ବର୍ଗର ଲୋକଙ୍କ ପାଇଁ ସାରା ଜୀବନ ସଂଗ୍ରାମ ଜାରି ରଖିଥିଲେ । ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ଅସହଯୋଗ ଆନ୍ଦୋଳନରେ ସେ ଯୋଗଦେଇଥିଲେ । ସେତେବେଳେ ଓଡ଼ିଶାର ଛାତ୍ର ଓ ଯୁବକମାନଙ୍କ ଭିତରେ ବିପୁଳ ଉତ୍ସାହ ଓ ଉଦ୍ଦୀପନା ସୃଷ୍ଟି ହୋଇଥିଲା ।
ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶ ଦେଶସେବକ ଓ ନିଷ୍ଠାପର କର୍ମୀ ତଥା ଓଡ଼ିଶାର ଦଳିତ, ଅବହେଳିତ, ନିଷ୍ପେସିତଙ୍କ ପ୍ରକୃତ ବନ୍ଧୁ ଏବଂ ଜଣେ ବିପ୍ଳବୀ ଜନନାୟକ । ଦୀନହୀନ ଅବସ୍ଥାରେ କାଳାତିପାତ କରୁଥିବା ଚାଷୀମୂଲିଆଙ୍କ ସେବା କରି ନିଜକୁ ଧନ୍ୟ ମନେ କରୁଥିଲେ । କ୍ଷମତା ନବକୃଷ୍ଣ ଚୌଧୁରୀଙ୍କ ପରି ବ୍ୟକ୍ତିତ୍ୱଙ୍କୁ କରାୟତ କରିପାରିନଥିଲା ଓ ଦୁର୍ନୀତି ତାଙ୍କୁ ସ୍ପର୍ଶ କରିପାରି ନଥିଲା ।
ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୪୨ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଗ୍ରାମ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ଶ୍ରୀ ବାବୁ ସିଂ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ଉତ୍କଳ ସମ୍ମିଳନୀର ବରିଷ୍ଠ ସଦସ୍ୟ ବିଧାନସଭା ପରିସରରେ ଥିବା ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀବୃନ୍ଦଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।

  • Related Posts

    ଦେବସ୍ନାନ ପୂର୍ଣ୍ଣିମା ; ପୁରୀରେ ଏହି ସ୍ଥାନରେ ପାର୍କିଂ କରିବେ ଭକ୍ତ

    ପୁରୀ : ଜ୍ୟେଷ୍ଠ ଶୁଦ୍ଧ ଶୁକ୍ଲ ପୂର୍ଣ୍ଣିମା ଅର୍ଥାତ୍‌ ସୋମବାର ସ୍ନାନପୂର୍ଣ୍ଣିମା ନିମନ୍ତେ ପୁରୀରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ବ୍ୟାପକ ଟ୍ରାଫିକ୍‌ ବ୍ୟବସ୍ଥା କରାଯାଇଛି । ପାର୍କିଂ ନିମନ୍ତେ ଫାଷ୍ଟ କମ୍‌ ଫାଷ୍ଟ୍‌ ସର୍ଭ, ଅର୍ଥାତ୍‌…

    Continue reading
    ଗ୍ୟାସ୍ ଦୁର୍ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ମାମଲା : ଏନ୍ଏଚ୍ଆରସିରେ ମାମଲା ରୁଜ୍ଜୁ

    ଭୁବନେଶ୍ୱର: ତାମିଲନାଡୁରେ ଆମୋନିଆ ଗ୍ୟାସ୍ ଦୁର୍ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୧୧ ଶ୍ରମିକ ମୃତ୍ୟୁବରଣ କରିବା ଘଟଣା । ଜାତୀୟ ମାନବାଧିକାର କମିଶନରେ ମାମଲା ପହଁଚିଛି । କୋରାପୁଟ ଜିଲାର ବରିଷ୍ଠ ଆଇନଜୀବୀ ଅନୁପ କୁମାର ପାତ୍ରଙ୍କ ଅଭିଯୋଗରେ କମିସନର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ