ବିଧାନସଭା ପାଇଁ ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା

ଭୁବନେଶ୍ୱର:୧୮ରୁ ବିଧାନସଭାର ଅଷ୍ଟମ ଅଧିବେଶନ। ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା ପାଇଁ ଘୋଷଣା । ଏନେଇ ବିଜ୍ଞପ୍ତି ଜାରି କଲା କମିଶନରେଟ୍ ପୋଲିସ୍ । ବିଧାନସଭା ଦେଇ ବା ସଂଲଗ୍ନ ରାସ୍ତାରେ ସର୍ବସାଧାରଣ ଯାତାୟତ ମନା । ବିଧାନସଭା ପରିସରରେ ସୁରକ୍ଷା ଦୃଷ୍ଟିରୁ କଟକଣା ଜାରି । ଜନସାଧାରଣଙ୍କ ନିରାପତ୍ତା ଏବଂ ସୁଗମ ଟ୍ରାଫିକ୍ ପରିଚାଳନା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା କଟକଣା ଜାରି ହୋଇଛି । ଏଥିପାଇଁ ​ହାଉସିଂ ବୋର୍ଡ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ କେଶରୀ ଟକୀଜ୍ ଠାରୁ ବାମ ପାର୍ଶ୍ୱ ରାସ୍ତା ଦେଇ ଗତି କରିବେ ।
ସେହିପରି ଏ.ଜି. ଛକ ପଟୁ ପି.ଏମ୍.ଜି. ଛକ ଆଡ଼କୁ ଆସୁଥିବା ଗାଡ଼ିଗୁଡ଼ିକ ଜୟଦେବ ଭବନ ନିକଟସ୍ଥ ଇନ୍ଦିରା ଗାନ୍ଧୀ ପାର୍କ ରାସ୍ତା ଦେଇ ଯିବେ । ମାଷ୍ଟର କ୍ୟାଣ୍ଟିନ୍ ଛକ ଠାରୁ ଆସୁଥିବା ଯାନବାହନ ଲୋୟର ପି.ଏମ୍.ଜି. ଛକ ଠାରୁ ବାମ କିମ୍ବା ଡାହାଣ ପାର୍ଶ୍ୱ ରାସ୍ତା ବ୍ୟବହାର କରିବେ । ​୧୨୦ ବାଟାଲିୟନ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଥିବା ଯାନବାହନ ପାୱାର ହାଉସ୍ ଛକ ଦେଇ ଯିବେ ।

​ଲୋକଭବନ ପଟୁ ଏମ୍.ଏଲ୍.ଏ କଲୋନୀ ଏବଂ ରବୀନ୍ଦ୍ର ମଣ୍ଡପ ଅଭିମୁଖେ ଯାଉଥିବା ଯାନବାହନ ଶାସ୍ତ୍ରୀ ନଗର ଛକ ଦେଇ ଯିବେ । ​ଜରୁରୀ ସେବାରେ ନିୟୋଜିତ ଯାନବାହନ (ପୋଲିସ, ଅଗ୍ନିଶମ ଓ ଆମ୍ବୁଲାନ୍ସ) ଏବଂ ବିଧାନସଭା, ରାଜ୍ୟ ସଚିବାଳୟ ସମେତ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟର ଅଧିକୃତ ଗାଡ଼ିଗୁଡ଼ିକ ପାଇଁ ଏହି କଟକଣା ଲାଗୁ ହେବ ନାହିଁ । ଅଧିବେଶନ ଚାଲିବା ସମୟ ଯାଏଁ ଏହି ନିୟମ ବଳବତ୍ତର ରହିବ ।

  • Related Posts

    ଜଳସେଚନ ବିଭାଗର ବଡ଼ ତତ୍ପରତା: ୩ ଡ୍ୟାମ୍‌ରୁ ଜଳ ନିଷ୍କାସନ ଆରମ୍ଭ

    ଭୁବନେଶ୍ଵର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗର ବଡ଼ ତତ୍ପରତା । ଗଞ୍ଜାମ, ଗଜପତି, କନ୍ଧମାଳରେ ବେଶୀ ବର୍ଷା ନେଇ EICଙ୍କ ସୂଚନା । ୨୧ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ସେଥିପାଇଁ…

    Continue reading
    ଆଖି ବୁଜିଲେ ଦୁଷ୍କର୍ମ ପୀଡ଼ିତା

    କେନ୍ଦୁଝର: ଦୁଷ୍କର୍ମ ପୀଡିତାଙ୍କ ମୃତ୍ୟୁ। ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଦୁଷ୍କର୍ମ ପୀଡ଼ିତା। କେନ୍ଦୁଝର ତେଲକୋଇ ଅଂଚଳରେ ଜଣେ ବିଧବା ମହିଳାଙ୍କୁ ଦୁଷ୍କର୍ମ ଓ ହତ୍ୟା ଉଦ୍ୟମ ହୋଇଥିଲା। ଏହାପରେ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରିଥିଲେ ସ୍ଥାନୀୟ ଲୋକେ। ଉଦ୍ଧାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !