ବିଧାନସଭା: ୫ ବର୍ଷରେ ୩୬ ଜଣ ବ୍ୟବସାୟୀ ଓଜନ ମାପ ଠକେଇରେ ଧରା ପଡିଛନ୍ତି

ଭୁବନେଶ୍ବର: ଗତ ୫ ବର୍ଷରେ ୩୬ ଜଣ ବ୍ୟବସାୟୀ ଓଜନ ମାପ ଠକେଇରେ ଧରା ପଡିଛନ୍ତି, ଆଉ ସେମାନଙ୍କଠାରୁ ୪ ଲକ୍ଷ ୯୭ ହଜାର ୫୦୦ ଟଙ୍କାର ଜରିମାନା ଆଦାୟ ହୋଇଛି। ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ସୂଚନା ପ୍ରଦାନ କରିଛନ୍ତି। ୮ ଜଣ ବଡ଼ ବ୍ୟବସାୟୀ ନକଲି ହଲମାର୍କରେ ସୁନା ବିକ୍ରି କରୁଥିବା ଅଭିଯୋଗରେ ଧରାପଡିଛନ୍ତି।
ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଲାଇସେନ୍ସ ବାତିଲ କରାଯାଇଛି। ଜଣଙ୍କ ବିରୁଦ୍ଧରେ ଠକେଇ ମାମଲା ରୁଜୁ କରାଯାଇଛି ।ବିଧାନସଭାରେ ଏନେଇ ବିଜେଡ଼ି ବିଧାୟକ ପ୍ରଶାନ୍ତ ବେହେରା ପ୍ରଶ୍ନ କରିଥିଲେ। ଗତ ୫ବର୍ଷରେ କେଉଁ ସୁନା ଗହଣା ଦୋକାନରେ ମାନକ ଓ ମାପକରେ ତ୍ରୁଟି ଧରାଯାଇଛି ଏବଂ ସେମାନଙ୍କ ବିରୋଧରେ କି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇ, ସେ ସମ୍ପର୍କରେ ବିଧାୟକ ପ୍ରଶ୍ନ ପଚାରିଥିଲେ।

ଏହାର ଉତ୍ତର ମନ୍ତ୍ରୀ ରଖିଥିଲେ । ମନ୍ତ୍ରୀଙ୍କ ସୂଚନା ମୁତାବକ, କିଛି ଦୋକାନୀ ଓଜନ ମାପରେ ଠକେଇ କରୁଛନ୍ତି । ଆଉ ସରକାର ସେମାନଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।

  • Related Posts

    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading
    ସାମ୍ବାଦିକଙ୍କ ସ୍ୱାସ୍ଥ୍ୟକୁ ନେଇ ସରକାର ଦାୟିତ୍ୱବାନ ଅଛନ୍ତି: ସ୍ଵାସ୍ଥ୍ୟ ମନ୍ତ୍ରୀ

    ଭୁବନେଶ୍ଵର : ଆୟୁଷ୍ମାନ ଭାରତ ସହ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ମିଶିବା ଘଟଣା। ଅସନ୍ତୋଷ ପ୍ରକାଶ ପରେ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଆୟୁଷ୍ମାନ ଯୋଜନାରେ ସାମ୍ବାଦିକଙ୍କୁ ସାମିଲ କରିବା ନେଇ ପ୍ରକ୍ରିୟା ଆରମ୍ଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ