ବିନା ଅନୁମତିରେ ରାସ୍ତା ଖୋଳିଲେ ଜରିମାନା : ପୂର୍ତ୍ତମନ୍ତ୍ରୀ

ଭୁବନେଶ୍ୱର: ରାସ୍ତା ନିର୍ମାଣରେ ନୂଆ ନୀତି ଆସିବ। ଏନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ନୀତି ପ୍ରଣୟନ ପାଇଁ ଗୁରୁତ୍ୱ ଦିଆଯାଉଛି। ପୁରୁଣା ରାସ୍ତା ମରାମତି ପାଇଁ ଗଠନ କର୍ପସ ପାଣ୍ଠି ହେବ। ୨୦୨୯ ସୁଦ୍ଧା ଶହେ ଲୋକ ଥିବା ଗାଁକୁ ସବୁଦିନିଆ ରାସ୍ତା ହେବ। ବିନା ଅନୁମତିରେ ରାସ୍ତା ଖୋଳିଲେ ଜରିମାନା ଲାଗୁ ହେବ ହେବ ବୋଲି ମନ୍ତ୍ରୀ କହିଛନ୍ତି।

ଜାତୀୟ ରାଜପଥ, ରାଜ୍ୟ ରାଜପଥକୁ ମିଶାଇ ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ନଗର ଉନ୍ନୟନ, ପଞ୍ଚାୟତିରାଜ ଏବଂ ବିଭିନ୍ନ ମହାନଗର ନିଗମ ଅଧୀନରେ ଅନେକଗୁଡ଼ିଏ ରାସ୍ତା ରହିଛି । ଅନେକ ସମୟରେ ସମନ୍ବୟ ଅଭାବ ଯୋଗୁ ରାସ୍ତା ନିର୍ମାଣ ଓ ମରାମତି ନେଇ ସମସ୍ୟା ସୃଷ୍ଟି ହେଉଛି । ଏହାର ନିରାକରଣ ସହିତ ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ରାସ୍ତା ନିର୍ମାଣ ନେଇ ସ୍ବତନ୍ତ୍ର ନୀତି ପ୍ରଣୟନର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ କହିଛନ୍ତି । ଏହାଛଡ଼ା ୨୦୨୯ ସୁଦ୍ଧା ୧୦୦ ଜନସଂଖ୍ୟାବିଶିଷ୍ଟ ଗ୍ରାମକୁ ସବୁଦିନିଆ ରାସ୍ତା ନିର୍ମାଣକୁ ସୁନିଶ୍ଚିତ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ