ବିନା ଫିଟନେସ୍‌ରେ ଗାଡ଼ି ଚଳାଇଲେ ପଞ୍ଜିକରଣ ରଦ୍ଦ

କଟକ/ଭୁବନେଶ୍ୱର/ବାରିପଦା: ବାରିପଦାଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଦୁର୍ଘଟଣାରେ ସମ୍ପୃକ୍ତ ଦୁଇଟିଯାକ ଗାଡ଼ିର ବୈଧ ‘ଫିଟନେସ୍ ପ୍ରମାଣପତ୍ର’ (Fitness Certificate) ନଥିଲା। ଏହି ଘଟଣାକୁ ଅତ୍ୟନ୍ତ ଗମ୍ଭୀରତାର ସହ ଗ୍ରହଣ କରି ମାନ୍ୟବର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତଦନୁଯାୟୀ, ଉକ୍ତ ଦୁଇଟିଯାକ ଗାଡ଼ିର ପଞ୍ଜୀକରଣ (Registration) ରଦ୍ଦ କରିବା ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଇଛି।
ଏହାସହ, ଏଭଳି ସଡ଼କ ଦୁର୍ଘଟଣା ହ୍ରାସ କରିବାକୁ ବିନା ଫିଟନେସ୍‌ରେ ଗାଡ଼ି ଚଳାଚଳ ଉପରେ ରୋକ୍ ଲଗାଇବା ଦିଗରେ କଠୋର ପଦକ୍ଷେପ ନେବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି କ୍ରମରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (RTO) ଏବଂ ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ARTO) ମାନଙ୍କୁ ନିଜ ନିଜ ଅଞ୍ଚଳରେ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରିବା ପାଇଁ ଆଦେଶ ଦିଆଯାଇଛି। ରାସ୍ତାରେ ଚଳାଚଳ କରୁଥିବା ଏହିଭଳି ଅନୁପଯୋଗୀ ଓ ବିପଦପୂର୍ଣ୍ଣ ଗାଡ଼ିଗୁଡ଼ିକୁ ଚିହ୍ନଟ କରାଯାଇଛି। ନିୟମ ଉଲ୍ଲଂଘନ କରି ସଡ଼କକୁ ବିପଦପୂର୍ଣ୍ଣ କରୁଥିବା ଏହି ସମସ୍ତ ଗାଡ଼ିଗୁଡ଼ିକ ବିରୋଧରେ ମୋଟର ଯାନ ଆଇନ ଅନୁଯାୟୀ ପଞ୍ଜିକରଣ ରଦ୍ଦ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଜନସାଧାରଣଙ୍କ ସୁରକ୍ଷା ଓ ଜୀବନ ରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସଡ଼କ ସୁରକ୍ଷା ନିୟମ ଅନୁପାଳନକୁ ଆହୁରି କଡ଼ାକଡ଼ି କରାଯିବ। ଭବିଷ୍ୟତରେ ଏଭଳି ଦୁର୍ଘଟଣାକୁ ହ୍ରାସ କରିବା ପାଇଁ ବିନା ଫିଟନେସ୍ ଓ ପାଞ୍ଜିକରଣରେ ବେଆଇନ ଭାବେ ଗଡ଼ୁଥିବା ଗାଡ଼ିଗୁଡ଼ିକ ବିରୋଧରେ ରାଜ୍ୟବ୍ୟାପୀ ନିରନ୍ତର କାର୍ଯ୍ୟାନୁଷ୍ଠାନ ଜାରି ରହିବ।
ଏହାସହ ଗାଡ଼ିର ବୀମା ଓ ପରମିଟ୍ ଯାଞ୍ଚକୁ ମଧ୍ୟ କଡ଼ାକଡ଼ି କରାଯିବ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ