ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ ଜିଲ୍ଲାପ୍ରଶାସନ ନିକଟରେ ଗ୍ରାମବାସୀମାନେ ଦାବି କରିଥିଲେ। କିନ୍ତୁ ଜିଲ୍ଲାପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନଥିବାରୁ ଗ୍ରାମବାସୀମାନେ ସେହି ନାଳ ଉପରେ ଏକ ଅସ୍ଥାୟୀ କାଠ ପୋଲ ତିଆରି କରି ଯିବା ଆସିବା କରୁଛନ୍ତି।ଗ୍ରାମବାସୀମାନେ ଅସ୍ଥାୟୀ କାଠ ପୋଲ ନିର୍ମାଣ କରିବା ପରେ ବି ଚେତିନଥିଲା ପ୍ରଶାସନ।ଏହାପରେ ବି ଗ୍ରାମବାସୀମାନେ ସେହି ଅସ୍ଥାୟୀ କାଠ ପୋଲରେ ବର୍ତ୍ତମାନ ବିପଦସଂଙ୍କୁଳ ଅବସ୍ଥାରେ ଯିବା ଆସିବା କରୁଛନ୍ତି। ଏମିତି ସରକାରୀ ଉଦାସୀନତାର ନଗ୍ନ ଉଦାହରଣ ଦେଖିବାକୁ ମିଳିଛି ତିଲେଇବଣି ବ୍ଲକର ଝରାଗୋଗୁଆ ଦୁର୍ଗମ ଆଦିବାସୀ ବହୁଳ ଦେସୀଙ୍କୁଳି ଗ୍ରାମରେ।ସୂଚନା ଅନୁଯାୟୀ,ତିଲେଇବଣି ବ୍ଲକର ଦେସୀଙ୍କୁଳି ଗାଁରେ ବସବାସ କରୁଛନ୍ତି ୪୧ଜଣ ଆଦିବାସୀ ପରିବାର।ବଣ ପାହାଡ଼ ଘେରା ଏହି ଗାଁକୁ ରହିଛି କେବଳ ଗୋଟିଏ ମାତ୍ର ରାସ୍ତା।ନିକ୍ତିମାଳ ନାଳ ଉପରେ ଏହି ଗାଁକୁ ଯାତାୟତ ପାଇଁ ସରକାର ବହୁ ବର୍ଷ ପୂର୍ବରୁ ନିର୍ମାଣ କରିଥିଲେ ଗୋଟିଏ ପୋଲ।ଏହି ପୁରୁଣା ପୋଲଟି ଗତ ୬ ବର୍ଷ ପୂର୍ବରୁ ବର୍ଷାରେ ଧୋଇ ହୋଇ ଭୁସୁଡିପଡିଥିଲା।ପୋଲଟି ଭୁସୁଡିପଡିବା ଫଳରେ ମୁଖ୍ୟରାସ୍ତାକୁ ଯିବା ଆସିବା ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ଏହି ନାଳ ଉପରେ ନୂତନ ପୋଲଟିଏ ନିର୍ମାଣ କରିବା ପାଇଁ ଗ୍ରାମବାସୀମାନେ ବ୍ଲକ ପ୍ରଶାସନ ଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କ ନିକଟରେ ଦାବି କରିଥିଲେ।ସବୁଠି ମିଳୁଛି କେବଳ ମିଳୁଛି ପ୍ରତିଶ୍ରୁତି।କିନ୍ତୁ ପୋଲ ନିର୍ମାଣ କ୍ଷେତ୍ରରେ କୌଣସି ପଦକ୍ଷେପ ନିଆଯାଇନଥିବାରୁ ଗ୍ରାମବାସୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।ଗ୍ରାମବାସୀମାନେ ବାଧ୍ୟ ହୋଇ ଏକ ଅସ୍ଥାୟୀ କାଠ ପୋଲ ନିର୍ମାଣ କରି ବିପଦସଂଙ୍କୁଳ ଅବସ୍ଥାରେ ଯିବା ଆସିବା କରୁଛନ୍ତି।ଗ୍ରାମକୁ ତୁତନ୍ତ ପୋଲ ନିର୍ମାଣ କରିବା ପାଇଁ ଦାବି କରିଛନ୍ତି ଗ୍ରାମବାସୀ। ଉକ୍ତ ନାଳ ଉପରେ ଏକ ପୋଲ ନିର୍ମାଣ କରିବା ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତାବ ରାଜ୍ୟ ସରକାରଙ୍କ ନିକଟକୁ ପଠାଯାଇଛି। କିନ୍ତୁ ଉକ୍ତ ପ୍ରସ୍ତାବ କେବେେ ଅନୁମୋଦନ ହେବ ଏବଂ ଗ୍ରାମକୁ ପୋଲ ନିର୍ମାଣ କେବେ ହେବ ତାହା ଦେଖିବାର ଅଛି।ନାଳ ଉପରେ ସ୍ଥାୟୀ ପୋଲ ନିର୍ମାଣ କରାନଗଲେ ଆଗାମୀ ଦିନରେ ଆନ୍ଦୋଳନତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଗ୍ରାମବାସୀମାନେ ଚେତାବନୀ ଦେଇଛନ୍ତି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ