
ବାଲେଶ୍ୱର: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ଶୁକ୍ରବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଙ୍କେତ ୬.୫ ମିଟର ରହିଛି କ୍ଷ ରାତି ୨ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ବିପଦ ସଙ୍କେତ ଟପି ୬.୫୬ ମିଟରରେ ପ୍ରବାହିତ ହେଉଥିଲା । ଶୁକ୍ରବାର ପୂର୍ବାହ୍ନ ୯ଟା ସୁଦ୍ଧା ୬.୭୮ ମିଟରରେ ପ୍ରବାହିତ ହେଉଛି । ଜଳକାରେ ପୁଣି ବନ୍ୟା ଆସିଛି । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବସ୍ତା ଓ ସଦର ବ୍ଲକର ଶତାଧିକ ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଛି । ବନ୍ୟା ଚାଷୀଙ୍କୁ ଦୁର୍ଦ୍ଦଶା ଆଣିଦେଇଛି । ଭୟଭୀତ ଅବସ୍ଥାରେ ରହିଛନ୍ତି ନଦୀ କୁଳିଆ ବାସିନ୍ଦା । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର । କିଛି ଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୁରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଛି କ୍ଷ ଫଳରେ ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର,ମୋରଡା, ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବୃଦ୍ଧି ପାଉଛି ନଦୀର ଜଳସ୍ତର । ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି । ବନ୍ୟା ପରିସ୍ଥିତି ମୁକାବିଲା ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ଏଡିଏମ ସୁଧାକର ନାୟକ ସୂଚନା ଦେଇଛନ୍ତି କ୍ଷ ବନ୍ୟା ଯୋଗୁଁ ବସ୍ତା ଓ ସଦର ବ୍ଲକର ୧୫ରୁ ଉର୍ଦ୍ଧ୍ୱ ପଞ୍ଚାୟତ ପ୍ରଭାବିତ ହୋଇଛି ।




