ବିପଦ ସଙ୍କେତ ତଳେ ସୁବର୍ଣ୍ଣରେଖା

ଭୁବନେଶ୍ୱର: ବିପଦ ସଙ୍କେତ ତଳକୁ ଖସିଲା ସୁବର୍ଣ୍ଣରେଖା । ରାଜଘାଟ ନିକଟରେ ବିପଦ ସଙ୍କେତ ୧୦ ଦଶମିକ ୩୬ ଥିବାବେଳେ ଏବେ ଜଳସ୍ତର ହ୍ରାସ ପାଇ ୧୦ ଦଶମିକ ୨୮ ମିଟରରେ ପ୍ରବାହିତ ହେଉଛି । ସେହିପରି ଜାମଶୋଳା ଘାଟରେ ୪୮ ଦଶମିକ ୫୦ ମିଟରରେ ଜଳ ପ୍ରବାହିତ ହେଉଛି । ଜଳକା ମଥାନୀଠାରେ ବିପଦ ସଙ୍କେତ ୬ ଦଶମିକ ୫୦ ଥିବା ବେଳେ ଏବେ ୬ ଦଶମିକ ୨୮ ମିଟରରେ ପାଣି ପ୍ରବାହିତ ହେଉଛି । ଭୋଗରାଇ ବ୍ଳକର ୬ଟି ପଞ୍ଚାୟତର ୨୫ରୁ ଅଧିକ ଗାଁ ଏବେ ମଧ୍ୟ ପାଣି ଘେରରେ ରହିଛି ।
ଭୋଗରାଇ ବ୍ଲକ ନାଛିଣ୍ଡା ପଞ୍ଚାୟତ ଡେଉଁର ଗାଁର ଲୋକେ ୩ ଦିନ ଧରି ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ତେବେ ନଦୀ କୁଳିଆ ପଞ୍ଚାୟତ କୁମ୍ଭୀରଗଡ଼ି ଓ ଆରୁହାବର୍ତ୍ତୀରେ ପାଣି ଛାଡ଼ୁଥିବା ବେଳେ ତଳିଆ ପଞ୍ଚାୟତ ଗବଗାଁ, କୁସୁଡ଼ା, ଖରିଦ ପିପଳ ଓ ନାଛିଣ୍ଡା ଆଦି ଅଞ୍ଚଳରେ ପାଣି ବଢ଼ୁଥିବା ଦେଖିବାକୁ ମିଳିଛି । କିନ୍ତୁ ଏବେବି ପାଣି ଘେରରେ ଭୋଗରାଇ ବ୍ଳକର ୫ଟି ପଞ୍ଚାୟତର ୨୦ରୁ ଅଧିକ ଗାଁ । ଭୋଗରାଇ କୁମ୍ଭୀରଗଡ଼ି ପଞ୍ଚାୟତ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି । ନଦୀ କୁଳିଆ ପଞ୍ଚାୟତ କୁମ୍ଭୀରଗଡ଼ି ଓ ଆରୁହାବର୍ତ୍ତୀରେ ପାଣି ଛାଡ଼ୁଥିଲା ବେଳେ ତଳିଆ ପଞ୍ଚାୟତରେ ପାଣି ବଢ଼ୁଥିବା ଦେଖିବାକୁ ମିଳିଛି ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ