ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା ପଛରେ ମନୂଷ୍ୟକୃତ ତ୍ରୁଟି

ନୂଆଦିଲ୍ଲୀ: ଯାନ୍ତ୍ରୀକ ତ୍ରୁଟି ନୁହେଁ, ମନୂଷ୍ୟକୃତ ତ୍ରୁଟି ଯୋଗୁ ୩ ବର୍ଷ ପୂର୍ବେ ଦେଶର ପ୍ରଥମ ସିଡିଏସ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଗତକାଲି ସଂସଦରେ ଉପସ୍ଥାପିତ ହୋଇଥିବା ଷ୍ଟାଣ୍ଡିଂ କମିଟି ଅନ୍ ଡିଫେନ୍ସ ରିପୋର୍ଟରେ ପ୍ରକାଶ ପାଇଛି ଏପରି ଚାଞ୍ଚଲ୍ୟକର ତଥ୍ୟ।

୨୦୨୧ ମସିହା ଡିସେମ୍ବର ୮ ତାରିଖରେ ଜେନେରାଲ୍ ରାୱତଙ୍କୁ ନେଇ ଯାଉଥିବା ବାୟୁସେନାର ଏମଆଇ-୧୭ଭି୫ ହେଲିକପ୍ଟର ତାମିଲନାଡୁର କୁନ୍ନୁରଠାରେ କ୍ରାଶ ହୋଇଥିଲା। ଏଥିରେ ସିଡିଏସ୍‌ ରାୱତ ଓ ତାଙ୍କ ପତ୍ନୀ ମଧୁଲିକାଙ୍କ ସମେତ ୧୪ ଜଣ ପ୍ରାଣ ହରାଇଥିଲେ ।

୧୩ତମ ଡିଫେନ୍ସ ପ୍ଲାନ୍‌ ପିରିୟଡ ମଧ୍ୟରେ ଘଟିଥିବା ବିମାନ ଦୁର୍ଘଟଣା ସମ୍ପର୍କରେ ଗତକାଲି ସଂସଦରେ ଷ୍ଟାଣ୍ଡିଂ କମିଟି ସମ୍ମୁଖରେ ରିପୋର୍ଟ ପ୍ରକାଶ ପାଇଥିଲା। ଏଥିରେ ସମୁଦାୟ ୩୪ଟି ଦୁର୍ଘଟଣା ତଥା ତାହାର କାରଣ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଉକ୍ତ ରିପୋର୍ଟରେ ସିଡିଏସ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା ହେବାର କାରଣ ଉଲ୍ଲେଖ ଥିବା ବେଳେ ତାହା ମନୂଷ୍ୟକୃତ ବୋଲି ଉଲ୍ଲେଖ ଅଛି।
ରିପୋର୍ଟରେ କୁହାଯାଇଛି ଯେ, ଏହି ଅନୁସନ୍ଧାନ କମିଟିଗୁଡିକର ରିପୋର୍ଟ ଦୁର୍ଘଟଣାର ପୁନରାବୃତ୍ତି ରୋକିବା ଉଦ୍ଦେଶ୍ୟରେ କରାଯାଇଥାଏ। ବାୟୁସେନା ପକ୍ଷରୁ ଏହାର ତଦନ୍ତ କରାଯାଇଥିବା ବେଳେ ବାୟୁସେନା ମୁଖ୍ୟଙ୍କ ଦ୍ୱାରା ଦିଆଯାଇଥିବା ସମସ୍ତ ପ୍ରତିକାର ବ୍ୟବସ୍ଥାକୁ କାର୍ୟ୍ୟକାରୀ କରିବା ବାଧ୍ୟତାମୂଳକ ଅଟେ।

ମାତ୍ର ଦୁର୍ଘଟଣା ପରେ ପରେ ହୋଇଥିବା ତଦନ୍ତ ରିପୋର୍ଟରେ ସିଡିଏସ୍‌ଙ୍କ ହେଲିକପ୍ଟର ଖରାପ ପାଗ ଯୋଗୁ ଦୁର୍ଘଟଣାଗ୍ରସ୍ତ ହୋଇଥିବା କୁହାଯାଇଥିଲା। ସେତେବେଳେ ପ୍ରକାଶିତ ରିପୋର୍ଟରେ ଯାନ୍ତ୍ରିକ ତ୍ରୁଟି, ଅସାବଧାନତା କିମ୍ବା ଷଡ଼ଯନ୍ତ୍ର ଅଭିଯୋଗକୁ ଖଣ୍ଡନ କରାଯାଇଥିଲା।

ରିପୋର୍ଟରେ କୁହାଯାଇଥିଲା ଯେ ହଠାତ୍‌ ପାଗରେ ପରବର୍ତ୍ତନ ଆସିବାରୁ ହେଲିକପ୍ଟରଟି ମେଘ ଖଣ୍ଡ ମଧ୍ୟରେ ପ୍ରବେଶ କରି ଯାଇଥିଲା। ମେଘ ଖଣ୍ଡ ଯୋଗୁ ପାଇଲଟ ଜଣଙ୍କ ଆଉ କିଛି ଦେଖିପାରି ନଥିଲେ। ଫଳରେ ସେ ସଂପୂର୍ଣ୍ଣ ଭାବେ ହଡ଼ବଡ଼େଇ ଯାଇଥିଲେ ଓ ହେଲିକପ୍ଟଟରି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ତଦନ୍ତ ବେଳେ ହେଲିକପ୍ଟର ଡାଟା ରେକର୍ଡ ଓ କକପିଟ୍‌ ଭଏସ୍ ରେକର୍ଡର ତର୍ଜମା କରାଯାଇଥିଲା। ହେଲିକପ୍ଟର ଦୁର୍ଘଟଣା ପଛରେ କୌଣସି ଯାନ୍ତ୍ରିକ ତ୍ରୁଟି, ଷଡ଼ଯନ୍ତ୍ର କିମ୍ବା ଅବହେଳା ଅଭିଯୋଗକୁ ସେତେବେଳେ ଖଣ୍ଡନ କରାଯାଇଥିଲା।

  • Related Posts

    ୧୨ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ

    ନୂଆଦିଲ୍ଲୀ : ପ୍ରକୃତିର ଅନ୍ୟତମ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ। ପୂର୍ଣ୍ଣ ସୂର୍ଯ୍ୟ ପରାଗ ପ୍ରଭାବରେ ୟୁରୋପ ଖୁବ୍ କମ୍ ସମୟ ପାଇଁ ଦିବାଲୋକରେ ଅନ୍ଧକାରମୟ ହୋଇଯିବ । ମହାକାଶର କିଛି କ୍ଷେତ୍ରରେ ୧ ମିନିଟ୍ରୁ ଟିକିଏ ଅଧିକ…

    Continue reading
    ଓଲଟିଲା ବସ୍, ୭ ମୃତ

    ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ଚମ୍ଵା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଶନିବାର ସକାଳେ ତୀସା-ବୈରାଗଡ଼ ରାସ୍ତାରେ ଚାଲୁଜ ବୁଲାଣି ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ