ବିମାନ ଦୁର୍ଘଟଣା : ରାଷ୍ଟ୍ରପତିଙ୍କ ଶୋକ

ନୂଆଦିଲ୍ଲୀ : ଅହମ୍ମଦାବାଦରେ ଗୁରୁବାର ହୋଇଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣା ସମସ୍ତ ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକଟ କରିଛନ୍ତି ।ଏହି ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଃଖପ୍ରକାଶ କରିବା ସହ ପୀଡ଼ିତମାନଙ୍କ ପ୍ରତି ସେ ସମବେଦନା ଜ୍ଞାପନ କରିଛନ୍ତି ଓ ଦେଶ ତାଙ୍କ ପଛରେ ଛିଡ଼ାହୋଇଛି ବୋଲି କହିଛନ୍ତି ।
ଉପରାଷ୍ଟ୍ରପତି ଏହାକୁ ଏକ ମର୍ମନ୍ତୁଦ ମାନବୀୟ ସଂକଟ ବୋଲି ବର୍ଣ୍ଣନା କରି ଶୋକସନ୍ତପ୍ତ ପରିବାରମାନଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ୍ସ ରେ ଲେଖିଛନ୍ତି ଯେ ଅହମ୍ମଦାବାଦ ଘଟଣା ଆମକୁ ଦୁଃଖିତ ଓ ସ୍ତବ୍ଧ କରିଦେଇଛି । ଏହି ହୃଦୟବିଦାରକ ଘଟଣା ପାଇଁ ଶବ୍ଦ କମ ପଡ଼ିଯାଉଛି । ପୀଡ଼ିତମାନଙ୍କ ପ୍ରତି ସେ ସମବେଦନା ଜ୍ଞାପନ କରିଛନ୍ତି ଓ କହିଛନ୍ତି ଯେ ଉଦ୍ଧାର ଓ ସହାୟତା କାମରେ ନିୟୋଜିତ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ସେ ଯୋଗାଯୋଗରେ ଅଛନ୍ତି ।

  • Garvita Odia

    Related Posts

    ଭୁଶୁଡ଼ିଲା ବ୍ରିଜ; ୨ ମୃତ

    ପୁଣେ: ମହାରାଷ୍ଟ୍ରର ପୁଣେ ଜିଲ୍ଲାରେ ରବିବାର ଦିନ ଇନ୍ଦ୍ରାୟଣୀ ନଦୀ ଉପରେ ନିର୍ମିତ ଏକ ପୋଲ ଭୁଶୁଡ଼ି ପଡ଼ିଛି। ଯାହା ଫଳରେ ୨୫-୩୦ ଜଣ ପର୍ୟ୍ୟଟକ ଭାସି ଯାଇଥିବା ଆଶଙ୍କା କରାଯାଉଛି। ସେମାନଙ୍କ ମଧ୍ୟରେ ଅନେକ ଛୋଟ ପିଲା ଅଛନ୍ତି। ଏନଡିଆରଏଫ…

    ବିମାନ ଦୁର୍ଘଟଣା: ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ

    ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ କରାଯାଇଥିବା ନେଇ ଆଜି ସୂଚନା ଦିଆଯାଇଛି। ଡିଏନ୍‌ଏ ଟେଷ୍ଟ ମାଧ୍ୟମରେ ତାଙ୍କର ମୃତଦେହ ଚିହ୍ନଟ କରାଯାଇଛି। ଆଜି ଦିନ ୧୧ଟା ୧୦…

    Leave a Reply

    Your email address will not be published. Required fields are marked *

    You Missed

    ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ

    ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ

    ନଦୀରେ ବୁଡି ୨ ମୃତ

    ନଦୀରେ ବୁଡି ୨  ମୃତ

    ଭୁଶୁଡ଼ିଲା ବ୍ରିଜ; ୨ ମୃତ

    ଭୁଶୁଡ଼ିଲା ବ୍ରିଜ; ୨ ମୃତ

    ବିମାନ ଦୁର୍ଘଟଣା: ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ

    ବିମାନ ଦୁର୍ଘଟଣା:  ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ

    ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

    ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା