ବିରୋଧୀ ବିଶୃଙ୍ଖଳିତ ଆଚରଣ କଲେ ବରଦାସ୍ତ କରାଯିବନି:ବାଚସ୍ପତି

ଭୁବନେଶ୍ୱର: ଚଳିତ ବିଧାନସଭାରେ ବିରୋଧୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି । ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ ଏଭଳି ଚେତାବନୀ ଦେଇଛନ୍ତି ।
ବାଚସ୍ପତି କହିଛନ୍ତି ଯେ ବିଧାନସଭା ଅଧିବେଶନବେଳେ ବିରୋଧୀ ଗଠନମୂଳକ ପରାମର୍ଶ ଦେଲେ ଉପାଦେୟ ହେବ । କିନ୍ତୁ ବିଶୃଙ୍ଖଳିତ ଆଚରଣ କଲେ ବରଦାସ୍ତ କରାଯିବନି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି ।

ବିରୋଧୀ ଦଳ ବିରୋଧୀ ଭୂମିକା ନିଭାନ୍ତୁ। ଗଠନମୂଳକ ପରାମର୍ଶ ଦିଅନ୍ତୁ। ସମୟ ଅଛି ସର୍ବଦଳୀୟ ବୈଠକ ଡକାଯିବ। ତାରିଖ ସ୍ଥିର ହୋଇନି ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି ।

ପ୍ରକାଶ ଯେ ଆସନ୍ତା ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ । ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ । ଆଉ ଏହି ଅଧିବେଶନ ଦୁଇଟି ପର୍ୟ୍ୟାୟରେ ୨୮ଦିନ ଚାଲିବ । ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ତାରିଖରୁ ଆରମ୍ଭ ହେବ । ଅଧିବେଶନର ପ୍ରଥମ ପର୍ୟ୍ୟାୟ ଫେବୃୟାରୀ ୧୩ରୁ ୨୧ତାରିଖ ପର୍ୟ୍ୟନ୍ତ ଏବଂ ଦ୍ୱିତୀୟ ପର୍ୟ୍ୟାୟ ମାର୍ଚ୍ଚ୭ରୁ ଏପ୍ରିଲ ୫ତାରିଖ ପର୍ୟ୍ୟନ୍ତ ଚାଲିବ । ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ୟ୍ୟକ୍ରମ ରହିଛି । ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୬ତାରିଖ ରବିବାର ଛୁଟି ଥିବାବେଳେ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ । ୧୮ରେ ସରକାରୀ କାର୍ୟ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ । ୨୨ରୁ ମାର୍ଚ୍ଚ ୬ତାରିଖ ପର୍ୟ୍ୟନ୍ତ ଗୃହ କାର୍ୟ୍ୟ ବନ୍ଦ ରହିବ ।ଦ୍ୱିତୀୟ ପର୍ୟ୍ୟାୟରେ ଗୃହ କାର୍ୟ୍ୟ ମାର୍ଚ୍ଚ ୭ତାରିଖରୁ ଆରମ୍ଭ ହେବ । ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟମାନ ଗୃହରେ ଆଗତ ହେବ । ତା’ପରେ ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ଓ ମାର୍ଚ୍ଚ ୨୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆସିବ ବୋଲି ବିଜ୍ଞପ୍ତିରୁ ଜଣାପଡ଼ିଛି ।

  • Related Posts

    ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି

    ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି । । ୱାର୍ଡମେମ୍ବର, ସରପଞ୍ଚ, ସମିତିସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ ଦିଆଯାଇଛି…

    Continue reading
    ବିଜେପିର ନୂତନ ରାଜ୍ୟ କାର୍ୟ୍ୟକାରିଣୀ କମିଟି ଘୋଷଣା

    ଭୁବନେଶ୍ଵର : ବିଜେପିର ନୂତନ ରାଜ୍ୟ କାର୍ୟ୍ୟକାରିଣୀ କମିଟି ଘୋଷଣା। ଗୁରୁବାର ରାତିରେ ରାଜ୍ୟ ସଭାପତି ମନମୋହନ ସାମଲ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । କମିଟିରେ ୭୨ ଜଣ ସଦସ୍ୟ ଅଛନ୍ତି । ଏଥିସହ ୩୮ ଜଣ ସ୍ୱତନ୍ତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ