ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର : ଭାରତୀୟ ମୂଲ୍ୟବୋଧକୁ ଭିତ୍ତିକରି ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି । ଏଥିସହ ବିଶ୍ୱବିଦ୍ୟାଳୟଗୁଡିକୁ ସାମାଜିକ ଦାୟିତ୍ୱବାନ ଏବଂ ପ୍ରଯୁକ୍ତିବିଦ୍ୟା ଦୃଷ୍ଟିରୁ ଉନ୍ନତ ପ୍ରତିଷ୍ଠାନରେ ପରିଣତ କରିବାକୁ ଗୁରୁତ୍ୱାରୋପ କରିଛନ୍ତି । ଉଚ୍ଚଶିକ୍ଷା ପ୍ରତିଷ୍ଠାନଗୁଡ଼ିକ ଏକ ଆତ୍ମନିର୍ଭର ଭାରତ ଗଠନ ଏବଂ ଭବିଷ୍ୟତର ଆହ୍ୱାନ ପାଇଁ ରାଜ୍ୟକୁ ପ୍ରସ୍ତୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ଉଚିତ ବୋଲି ରବିବାର ଲୋକଭବନଠାରେ ଆୟୋଜିତ ଦୁଇ ଦିନିଆ କୁଳପତି ସମ୍ମିଳନୀର ଉଦଘାଟନୀ ସମାରୋହରେ ରାଜ୍ୟପାଳ କହିଛନ୍ତି।

ଏହି ଅବସରରେ ରାଜ୍ୟପାଳ କହିଥିଲେ ଯେ ବିଶ୍ୱବିଦ୍ୟାଳୟଗୁଡ଼ିକ ଜ୍ଞାନ, ନବସୃଜନ ଏବଂ ନେତୃତ୍ୱର କେନ୍ଦ୍ର ଏବଂ ରାଷ୍ଟ୍ର ନିର୍ମାଣରେ ବିଶ୍ୱବିଦ୍ୟାଳୟଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ଦ୍ରୁତ ବୈଷୟିକ ପ୍ରଗତି ଏବଂ ବିଭିନ୍ନ ଆହ୍ୱାନ ମଧ୍ୟରେ ବିଶ୍ୱ ଅଭୂତପୂର୍ବ ପରିବର୍ତ୍ତନ ଦେଇ ଗତି କରୁଛି। ଉଚ୍ଚଶିକ୍ଷା ପ୍ରତିଷ୍ଠାନଗୁଡ଼ିକ ଛାତ୍ରଛାତ୍ରୀମାନଙ୍କୁ ଆବଶ୍ୟକୀୟ ଜ୍ଞାନ, ଦକ୍ଷତା ଏବଂ ମୂଲ୍ୟବୋଧ ସହିତ ଏକ ଜଟିଳ ଭବିଷ୍ୟତକୁ ସମ୍ମୁଖୀନ କରିବା ପାଇଁ ଗଢ଼ି ତୋଳିବା ଉଚିତ।

ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ର ପରିବର୍ତ୍ତନକାରୀ ସମ୍ଭାବନା ଉପରେ ଆଲୋକପାତ କରି ରାଜ୍ୟପାଳ କହିଥିଲେ ଯେ ଏହି ନୀତି ବହୁମୁଖୀ ଶିକ୍ଷା, ଶୈକ୍ଷିକ ନମନୀୟତା, ଦକ୍ଷତା ସମନ୍ୱୟ, ଡିଜିଟାଲ୍ ଶିକ୍ଷା, ଗବେଷଣା ଉତ୍କର୍ଷତା ଏବଂ ଦୃଢ଼ ଶିଳ୍ପ ସହଭାଗୀତାକୁ ପ୍ରୋତ୍ସାହିତ କରୁଛି। ଓଡ଼ିଶାର ସମୃଦ୍ଧ ଜନଜାତି ଐତିହ୍ୟ ପ୍ରତି ଦୃଷ୍ଟି ଆକର୍ଷଣ କରି ବିଶ୍ୱବିଦ୍ୟାଳୟଗୁଡ଼ିକୁ ଜନଜାତି ଜ୍ଞାନ ପ୍ରଣାଳୀ, ପରମ୍ପରା ଏବଂ ସାଂସ୍କୃତିକ ସଂରକ୍ଷଣ ଉପରେ ଅର୍ଥପୂର୍ଣ୍ଣ ଗବେଷଣା କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଥିଲେ । ଲୋକଭବନର ଟ୍ରାଇବାଲ ସେଲ୍ ଦ୍ୱାରା ପ୍ରସ୍ତୁତ ପିଭିଟିଜି ଗୋଷ୍ଠୀର ଡକ୍ୟୁମେଣ୍ଟେସନ୍ ପ୍ରକାଶନଗୁଡ଼ିକ ଶିକ୍ଷାଗତ ଅଧ୍ୟୟନ ଏବଂ ଗବେଷଣାକୁ ପ୍ରୋତ୍ସାହିତ କରିବା ପାଇଁ ବିଶ୍ୱବିଦ୍ୟାଳୟମାନଙ୍କୁ ଉପଲବ୍ଧ କରାଯିବ ବୋଲି ରାଜ୍ୟପାଳ କହିଥିଲେ।

  • Related Posts

    ହାଇଓ୍ବାକୁ ପଛରୁ ପିଟିଲା କାର୍, ୨ ମୃତ

    କଳାହାଣ୍ଡି: କଳାହାଣ୍ଡି ଜିଲା ଭବାନୀପାଟଣା ବାଇପାସ ରାସ୍ତାରେ ଭୟଙ୍କର ଦୁର୍ଘଟଣା। ବିଳମ୍ବିତ ରାତି ରାସ୍ତାରେ ଠିଆ ହୋଇଥିବା ହାଇଓ୍ବାକୁ ପଛରୁ ପିଟିଲା ଦ୍ରୁତଗାମୀ ବିଏମ୍ଡବ୍ଲୁ କାର୍। ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଚାଲିଗଲା ୨ ଜଣଙ୍କ ଜୀବନ। ମୃତକ ହରିୟାଣାର ବୋଲି ଜଣାପଡିଛି।…

    Continue reading
    ଓଏଏସ୍ ପ୍ରେମିକ ଭୀମ୍‌ସେନ ଟୁଡୁ ଗିରଫ

    କଟକ/ବାରଙ୍ଗ: ବାଲେଶ୍ୱର ମେଡିକାଲ୍ କଲେଜ ଛାତ୍ରୀ ମୟୂରଭଞ୍ଜର ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍ଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ଓଏଏସ୍ ପ୍ରେମିକ ଭୀମ୍‌ସେନ ଟୁଡୁ ଗିରଫ। ତେବେ କେଉଁ ପରିସ୍ଥିତି ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟିଥିଲା। ଚନ୍ଦ୍ରିକା ମୃତ୍ୟୁ କଣ ରହସ୍ୟ ? ଚନ୍ଦ୍ରିକାଙ୍କୁ ମାନସିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ