ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଲାଗି ଅନ୍‌ଲାଇନ୍‌ ଆବେଦନ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ସେପ୍ଟେମ୍ବର ସେସନରେ ନାମଲେଖା ପାଇଁ ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟା ଜାରି ରହିଛି । ବିଭିନ୍ନ ବୃତ୍ତିଗତ ପାଠ୍ୟକ୍ରମରେ ତାଲିମ ନେବା ଲାଗି ଆଗ୍ରହୀ ପ୍ରାର୍ଥୀମାନେ ୨୦୨୫ ସେପେଫମ୍ବର ୧ ତାରିଖ ସୁଦ୍ଧା ଆବେଦନ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଅନ୍‌ଲାଇନ୍‌ ଦରଖାସ୍ତ ଆହ୍ୱାନ କରାଯାଉଛି । ଆଗ୍ରହୀ ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର େୱବସାଇଟ www.worldskillcenter.org ମାଧ୍ୟମରେ ଆବେଦନ କରିପାରିବେ । ଏ ବିଷୟରେ ଅଧିକ ଜାଣିବା ପାଇଁ ୧୮୦୦ ୨୬୬ ୬୦୦୨ ଟୋଲ ଫ୍ରି ନମ୍ବରରେ ଯୋଗାଯୋଗ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଅନୁରୋଧ କରାଯାଇଛି ।ବିଶ୍ୱ ଦକ୍ଷତା କେନ୍ଦ୍ର ହେଉଛି ଭାରତର ଏକ ପ୍ରମୁଖ ଦକ୍ଷତା ବିକାଶ କେନ୍ଦ୍ର । ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣଙ୍କ ଦ୍ୱାରା ପରିଚାଳିତ ସ୍କିଲï ଇନ ଓଡ଼ିଶା କାର୍ଯ୍ୟକ୍ରମ ତଥା ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଏହି କେନ୍ଦ୍ର ସ୍ଥାପନ କରାଯାଇଛି । ଏଠାରେ ‘ସ୍କୁଲ ଅଫ୍‌ ଇଞ୍ଜିନିୟରିଂ’ ଓ ‘ସ୍କୁଲ ଅଫ୍‌ ସର୍ଭିସେସ୍‌’ ବିଭାଗ ଅଧୀନରେ ମୋଟ ୭ଟି ବୃତ୍ତିଗତ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ତାଲିମ ଦିଆଯାଇ ଦେଶ ବିଦେଶର ଶିଳ୍ପ କ୍ଷେତରେ ନିଯୁକ୍ତି ଲାଗି ପ୍ରସ୍ତୁତ କରାଯାଉଛି । ଏହି ପାଠ୍ୟକ୍ରମର ଅବଧି ୧ ବର୍ଷ ରହିଛି ।ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ବିଭାଗ ଅଧୀନରେ ମେକାଟ୍ରୋନିକ୍ସ, ଇଲେକଫି୍ରିକାଲ ଟେକ୍ନୋଲୋଜି, ମେକାନିକାଲ ଆଣ୍ଡ୍‌ ଇଲେକଫି୍ରିକାଲ ସର୍ଭିସେସ, ଏୟାର କଣ୍ଡିସନିଂ ଆଣ୍ଡ୍‌ ରେଫ୍ରିଜରେସନ, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ ଏବଂ ପ୍ରିସିସନ ଇଞ୍ଜିନିୟରିଂ ଭଳି ୫ଟି ବୃତ୍ତିଗତ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ଗ୍ରହଣ କରାଯାଉଛି । ଏଥିପାଇଁ ଆଗ୍ରହୀ ପ୍ରାର୍ଥୀ କୌଣସି ସରକାରୀ ବା ଘରୋଇ ଅନୁଷ୍ଠାନରୁ ଯେ କୌଣସି ବିଷୟରେ ୨ ବର୍ଷିଆ ଆଇଟିଆଇ ବା ୩ ବର୍ଷିଆ ଡିପ୍ଲୋମା କରିଥିବା ଆବଶ୍ୟକ । ସେହିପରି ‘ବ୍ୟୁଟି ଆଣ୍ଡ େୱଲନେସ୍‌’ ପାଠ୍ୟକ୍ରମ ପାଇଁ ପ୍ରାର୍ଥୀ ଯୁକ୍ତ ୨ କିମ୍ବା ସଂପୃକ୍ତ ବିଷୟରେ ଆଇଟିଆଇ ଓ କୌଣସି ବିଷୟରେ ଡିପ୍ଲୋମା କରିଥିବା ଆବଶ୍ୟକ ।ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ଅନ୍ୟ ରାଜ୍ୟର ପ୍ରାର୍ଥୀମାନେ ମଧ୍ୟ ଆବେଦନ କରିପାରିବେ । ସେମାନଙ୍କ ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସିଟ୍‌ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି ।ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି ଓ ଅତ୍ୟାଧୁନିକ ଲାବୋରେଟୋରି ରହିଛି । ତା’ ସହ ବିଶ୍ୱ୍‌ ଦକ୍ଷତା କେନ୍ଦ୍ରରେ ବିଷୟଗତ ପାଠ୍ୟକ୍ରମ ଛଡ଼ା ଜୀବିକାନିର୍ବାହ ଏବଂ ନିଯୁକ୍ତିଭିତ୍ତିକ ଦକ୍ଷତା ତାଲିମ ଅଧୀନରେ ଯୋଗାଯୋଗ, ନେତୃତ୍ୱ ଓ ବ୍ୟକ୍ତିତ୍ୱ ବିକାଶ ଏବଂ ଡିଜିଟାଲ ସାକ୍ଷରତା ଆଦି ଉପରେ ପ୍ରଶିକ୍ଷଣ ଦିଆଯାଉଛି ।

ସେହିପରି ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା ବ୍ୟବସ୍ଥା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍‌ ସୁବିଧା ଆଦି ମାଗଣାରେ ଦିଆଯାଉଛି । ଶିକ୍ଷା ଓ ତାଲିମ ଶେଷ ହେବା ପରେ ଛାତ୍ରଛାତ୍ରୀମାନେ କିପରି ଦେଶ ବିଦେଶର ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ ‘ପ୍ଲେସମେଣ୍ଟ’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି ।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ