ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆଜି ‘ବିଶ୍ୱ ନୃତ୍ୟ ଦିବସ’ ପାଳିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବାଚସ୍ପତି ନିଜର ଅଭିଭାଷଣରେ କହିଥିଲେ ଯେ, ‘ଓଡ଼ିଶାର ନୃତ୍ୟ ପରମ୍ପରା ସମୃଦ୍ଧ। ଆମ ଶାସ୍ତ୍ରୀୟ ନୃତ୍ୟ ଓଡ଼ିଶୀ ଓ ଆମର ଲୋକନୃତ୍ୟ ଆମ ରାଜ୍ୟ ଓଡ଼ିଶାକୁ ଅନ୍ତର୍ଜାତୀୟ ସ୍ତରରେ ଏକ ସ୍ୱତନ୍ତ୍ର ମାନ୍ୟତା ପ୍ରଦାନ କରିଛି। ବିଶ୍ୱ ନୃତ୍ୟ ଦିବସ ଅବସରରେ ସମସ୍ତ କଳାକାରମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଆଗାମୀ ଦିନରେ ମଧ୍ୟ ଆମ ନୃତ୍ୟଶିଳ୍ପୀମାନେ ନିଜର ନୃତ୍ୟ ମାଧ୍ୟମରେ ଓଡ଼ିଶାର ସଂସ୍କୃତିକୁ ବିଶ୍ୱ ବିଦିତ କରିବା ନିମନ୍ତେ ନିଜର ନିରନ୍ତର ପ୍ରୟାସ ଜାରି ରଖିବେ ବୋଲି ମୋର ଦୃଢ଼ ବିଶ୍ୱାସ ରହିଛି’ ବୋଲି ବାଚସ୍ପତି ଶ୍ରୀମତୀ ପାଢ଼ୀ ମତପ୍ରକାଶ କରିଥିଲେ।
ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…
ଆଜିକାଲି ଦମ୍ପତିମାନେ ପ୍ରାୟତଃ ସାମାନ୍ୟ କଥାକୁ ନେଇ ଝଗଡ଼ା କରନ୍ତି। କେତେକ ସମୟରେ, ଏହି ଛୋଟ ଛୋଟ ସମସ୍ୟା ଛାଡପତ୍ର ପର୍ଯ୍ୟନ୍ତ ବଢ଼ିଯାଏ। ଆଜିର ସମୟରେ ଦମ୍ପତିଙ୍କ ମଧ୍ୟ ସ୍ଲିପ୍ ଡିଭୋର୍ସ ମଧ୍ୟ ବଢୁଛି। ତେବେ ଏହି ସ୍ଲିପ୍ ଡିଭୋର୍ସ କ’ଣ…

