ବୁଧବାର ଶପଥ ନେବେ ମୁଖ୍ୟ ବିଚାରପତି

କଟକ : ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ହରିଶ ଟଣ୍ଡନ୍‌ ବୁଧବାର ଶପଥ ଗ୍ରହଣ କରିବେ। ହାଇକୋର୍ଟ ପରିସରରେ ପୂର୍ବାହ୍ଣ ୧୦ଟାରେ ଆୟୋଜନ ହେବାକୁ ଥିବା ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମ ପାଟି ଜଷ୍ଟିସ ଟଣ୍ଡନ୍‌ଙ୍କୁ ଶପଥପାଠ କରାଇବେ ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି। ଏହି କାର୍ୟ୍ୟକ୍ରମରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ସହ ହାଇକୋର୍ଟର ବିଚାରପତି, ବିଚାର ବିଭାଗୀୟ ଅଧିକାରୀ ଏବଂ ଆଇନଜୀବୀମାନେ ଯୋଗଦେବେ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଶୁକ୍ରବାର ସୁପ୍ରିମ୍‌କୋର୍ଟ କଲେଜିୟମ କରିଥିବା ଜଷ୍ଟିସ ଟଣ୍ଡନ୍‌ଙ୍କ ନିଯୁକ୍ତି ସୁପାରିସ ଉପରେ ରାଷ୍ଟ୍ରପତି ମୋହର ଲଗାଇଥିଲେ। ଜଷ୍ଟିସ ହରିଶ ଟଣ୍ଡନ୍‌ କଲକାତା ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି। ୨୦୧୦ ଏପ୍ରିଲ ୧୩ରେ କଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ