ବୃଦ୍ଧଙ୍କୁ ଟେକି କଚାଡ଼ି ଦେଲା ଦନ୍ତା

ଢେଙ୍କାନାଳ: ଘର ପଛପଟକୁ ଶୌଚ ହେବାକୁ ଯାଇଥିଲେ ବୃଦ୍ଧ । ସେହି ସମୟରେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା । ଦନ୍ତା ହାତୀଟି ବୃଦ୍ଧଙ୍କୁ ଟେକି କଚାଡ଼ି ଦେଇଥିଲା । ତେବେ ଗୁରୁତର ଅବସ୍ଥାରେ ଗ୍ରାମବାସୀ ମାନେ ବୃଦ୍ଧଙ୍କୁ ଉଦ୍ଧାର କରି ପ୍ରଥମେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ମାତ୍ର ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି ।ଢେଙ୍କାନାଳ ଜିଲ୍ଲା କଳାଙ୍ଗ ଗ୍ରାମ ପଞ୍ଚାୟତ କାଳିକା ପ୍ରସାଦ ଗ୍ରାମ ନିକଟରେ ପୂର୍ବାହ୍ନରେ ଏହି ଘଟଣା ଘଟିଛି । ଗୁରୁତର ବୃଦ୍ଧ ଜଣଙ୍କ ଭାପୁର ଫାଣ୍ଡି ଅନ୍ତର୍ଗତ କାଳିକା ପ୍ରସାଦ ଗ୍ରାମର ୬୫ ବର୍ଷ ବୟସ୍କ ଉଦ୍ଧବ ଦେହୁରୀ ବୋଲି ଜଣାପଡିଛି । ଦନ୍ତା ହାତୀର ଆକ୍ରମଣରେ ଉଦ୍ଧବଙ୍କ ମୁଣ୍ଡ, ଅଣ୍ଟା ଓ ପିଚାରେ ଗଭୀର ଆଘାତ ଲାଗିଛି । ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତରିତ କରିଥିବା ଜଣାପଡ଼ିଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ