ବୃଷ୍ଟିପାତ ଓ ସମ୍ଭାବ୍ୟ ବାତ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ଠାରୁ ଝାରସୁଗୁଡ଼ାରେ ଅଛନ୍ତି। ସେ ଆସନ୍ତାକାଲି ସନ୍ଧ୍ୟା ପର୍ୟ୍ୟନ୍ତ ସେଠାରେ ରହିବେ। ରାତି ପାହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାରସୁଗୁଡ଼ା ଆସିବେ ବୋଲି ମୁଖ୍ୟମନ୍ତ୍ରୀ ଲଗାତାର ବିଭିନ୍ନ ପ୍ରସଙ୍ଗରେ ସମୀକ୍ଷା କରୁଛନ୍ତି। ମୋଦୀଙ୍କ କାର୍ୟ୍ୟକ୍ରମକୁ ସଫଳ କରିବା ପାଇଁ ରାଜ୍ୟ ସରକାର ପୂରା ଦମରେ ଲାଗିଛନ୍ତି।
ଆସନ୍ତାକାଲିଠାରୁ ଲଘୁଚାପ ଜନିତ ବୃଷ୍ଟିପାତ ଓ ସମ୍ଭାବ୍ୟ ବାତ୍ୟା ସ୍ଥିତି ମଧ୍ୟ ରହିଛି। ଏହାକୁ ଆଖି ଆଗରେ ରଖି ସହରର ଏକ ହୋଟେଲରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ଅସ୍ଥାୟୀ କାର୍ୟ୍ୟାଳୟ ଖୋଲାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ହୋଟେଲରୁ ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ପର୍କିତ ବିଭିନ୍ନ କାର୍ୟ୍ୟକ୍ରମର ସମୀକ୍ଷା କରିଛନ୍ତି।
ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ମନୋଜ ଆହୁଜା, ପୁଲିସ ମହା ନିର୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ପ୍ରମୁଖ ଉପସ୍ଥିତ ଥିବା ବେଳେ ବିଭିନ୍ନ ଜିଲ୍ଲାପାଳ, ବିଭାଗୀୟ ସଚିବମାନେ ଆଭାସୀ ଯୋଗେ ଯୋଡ଼ି ହୋଇଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବାତ୍ୟା ସମୟରେ କିଭଳି ଭାବେ ଲୋକଙ୍କୁ ଥଇଥାନ କରାଯିବ, ପାଣି ଯୋଗୁ ବିଛିନ୍ନ ହେଉଥିବା ଅଞ୍ଚଳରେ କିଭଳି ମରାମତି କାର୍ୟ୍ୟକୁ ତ୍ୱରାନ୍ୱିତ କରାଯିବ, ପର୍ୟ୍ୟାପ୍ତ ସାପ କାମୁଡ଼ା ସମ୍ପର୍କୀତ ଆଣ୍ଟି ଭେନମ, ତାରପୋଲିନ ଗଚ୍ଛିତ ରଖିବା ଆଦି ପ୍ରସଙ୍ଗ ଉପରେ ସମୀକ୍ଷା କରିଛନ୍ତି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ