ବେଆଇନ ଖଣି ଖନନ:ହାଇକୋର୍ଟଙ୍କ ନୋଟିସ

ଭୁବନେଶ୍ୱର: ପୁଣି ଫେରିଲା ଖଣି ଦୁର୍ନୀତି ମାମଲା। ରାଜ୍ୟରେ ଚାଲିଥିବା ବେଆଇନ ଖଣି ଖନନ ଘଟଣାର ସିବିଆଇ ତଦନ୍ତ ପାଇଁ ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ଏହି ପ୍ରସଙ୍ଗରେ ସତ୍ୟପାଠ ମାଧ୍ୟମରେ ଦୁଇ ସପ୍ତାହ ଭିତରେ ଜବାବ ଦାଖଲ କରିବାକୁ ଓଡ଼ିଶା ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାରା ରାଜ୍ୟରେ ବେଆଇନ ଖଣି ଖନନ କାର୍ୟ୍ୟକଳାପ ସଂକ୍ରାନ୍ତ ସବିଶେଷ ତଥ୍ୟ ସହିତ ଏହି ପ୍ରସଙ୍ଗରେ ଗ୍ରହଣ କରାଯାଇଥିବା କାର୍ୟ୍ୟାନୁଷ୍ଠାନ ସଂପର୍କରେ ସତ୍ୟପାଠରେ ଉଲ୍ଲେଖ କରିବାକୁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଓ ଜଷ୍ଟିସ ଏମ.ଏସ. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରବଣ କୁମାର ଦେବଙ୍କ ଜନସ୍ବାର୍ଥ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଫେବ୍ରୁଆରି ୧୦କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ୟ୍ୟ କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ରାଜ୍ୟରେ ବେଆଇନ ଖଣି ଖନନ ଓ ଉତ୍ତୋଳନରେ ସଂପୃକ୍ତ ବ୍ୟକ୍ତିବିଶେଷ ଓ ସଂସ୍ଥା ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନଥିବା ଅଭିଯୋଗ ନେଇ ଏହି ଜନସ୍ବାର୍ଥ ମାମଲା ଦାୟର ହୋଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ