ବେକ କାଟି ଯୁବକଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

ବ୍ରହ୍ମପୁର: ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ବ୍ରହ୍ମପୁର ସହର। ଉପକଣ୍ଠ ନିମଖଣ୍ଡି ଅଞ୍ଚଳରେ ଘଟିଛି ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଦୁର୍ଦ୍ଦାନ୍ତ ଟୁନା ନାୟକଙ୍କ ବେକ କାଟି ହତ୍ୟା କରାଯାଇଛି। ଘଟଣାରେ ତାଙ୍କ ବନ୍ଧୁ ବିଟୁ ସାହୁଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଛି।

ସୂଚନା ଅନୁଯାୟୀ, ଶନିବାର ଟୁନା ନାୟକ ଓ ବିଟୁ ସାହୁ ଏକାଠି ମଦ୍ୟପାନ କରିଥିଲେ। ଏହି ସମୟରେ କୌଣସି ଏକ କାରଣକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଟୁନା ବିଟୁଙ୍କୁ ମାଡ଼ ମାରିଥିବା ଜଣାପଡ଼ିଛି।ଏଥିରେ ଉତ୍ତ୍ୟକ୍ତ ହୋଇ ବିଟୁ ନିଜ ବାଇକ୍ରୁ ଛୁରୀ ଆଣି ଟୁନାଙ୍କ ବେକରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗୁରୁତର ଆହତ ହୋଇ ଟୁନାଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା।

ଖବର ପାଇ ନିମଖଣ୍ଡି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଟୁ ସାହୁଙ୍କୁ ଅଟକ ରଖି ପୁଲିସ ଅଧିକ ପଚରାଉଚରା କରୁଛି। ତେବେ ହତ୍ୟାକାଣ୍ଡ ପଛର ପ୍ରକୃତ କାରଣ ଏବେ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ପୁଲିସର ତଦନ୍ତ ପରେ ଘଟଣାର ସମ୍ପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିବ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ