ବେରେଡ଼ିକିଆ ପଞ୍ଚାୟତରେ ଜନଶୁଣାଣି ଶିବିର

ପାନୀୟ ଜଳ ଯୋଗାଣ ଓ ରାସନ କାର୍ଡ ସଂଯୋଗୀକରଣ ସମସ୍ୟା ଉଠାଇଲେ ହିତାଧିକାରୀ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ ବେରେଡ଼ିକିଆ ଗ୍ରାମ ପଞ୍ଚାୟତରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ନେତୃତ୍ୱରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ନିଜ ଅଭିଯୋଗ ଉପସ୍ଥାପନ କରିଥିଲେ।
ଶିବିରରେ ମୋଟ ୧୦ଟି ଅଭିଯୋଗ ଦାଖଲ ହୋଇଥିବାବେଳେ ସେଥିମଧ୍ୟରୁ ୪ଟି ସାମୂହିକ ଓ ୬ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ମୁଖ୍ୟତଃ ପାନୀୟ ଜଳ ଯୋଗାଣ ଏବଂ ରାସନ କାର୍ଡ ସଂଯୋଗୀକରଣ ସମ୍ପର୍କିତ ସମସ୍ୟା ଶିବିରରେ ଉଠିଥିଲା। ଏହି ସମସ୍ୟାଗୁଡ଼ିକର ସମାଧାନ ପାଇଁ ଅଭିଯୋଗକାରୀମାନେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ।ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହ ସମ୍ପୃକ୍ତ ବିଭାଗ ମାଧ୍ୟମରେ ସମସ୍ୟାଗୁଡ଼ିକର ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଉପରେ ଶ୍ରୀ କଂହର ନିର୍ଦେଶ ଦେଇଥିଲେ ।ଏହି ଶିବିରରେ ଜିପିଡିଓ ମହେଶ ପଟ୍ଟନାୟକ , ଏପିଓ କେଦାର ପଣ୍ଡା , ବ୍ଲକ ସଂଯୋଜକ କମଲ ପ୍ରସାଦ ନାୟକ,ଆରଡବ୍ଲ୍ୟୁଏସ୍‌ଏସ୍‌ର ସହକାରୀ ଯନ୍ତ୍ରୀ ମୋହନ ଭୂମିଜ , ବିପିଏମ୍‌, , ବିଆରସି, ସରପଞ୍ଚ ଅକ୍ଷୟ ପ୍ରଧାନ, ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜନାର୍ଦନ ନାୟକ ଓ ଏଡିଇଓ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ଶୁଣାଣି ପ୍ରକ୍ରିୟାରେ ସାମିଲ ହୋଇଥିଲେ।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ଭିଜିଲାନ୍ସ ପଞ୍ଝାରେ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର

    କଟକ : ଲକ୍ଷେ ଟଙ୍କା ଲାଞ୍ଚ ନେଉଥିଲେ, ମାଡ଼ି ବସିଲା ଭିଜିଲାନ୍ସ । ଲାଞ୍ଚ ନେଇ ଧରା ପଡ଼ିଲେ କଟକ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା । ଜୁଲାଇରୁ ସେପ୍ଟେମ୍ଵର ମାସ ମଧ୍ୟରେ ବୃକ୍ଷରୋପଣ ସମ୍ପର୍କିତ ବିଲ୍ ପାସ୍…

    Continue reading
    ମାଲାଗୁଡ଼ାରେ କଲଭର୍ଟ ଧୋଇଗଲା, ଯୋଗାଯୋଗ ବିଚ୍ଛିନ୍ନ; କ୍ଷୟକ୍ଷତି ଅନୁଧ୍ୟାନ କଲେ ସାଂସଦ ପ୍ରତିନିଧି

    ରାଇକିଆ: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲାର ରାଇକିଆ ବ୍ଲକ୍‌ରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଦୁଇ ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା ଯୋଗୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ