ବେଳାଭୂମିରେ ମଦ ବିକିପାରିବ ଓଟିଡିସି

ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ ନାହିଁ। ରାଜ୍ୟର ଅନ୍ୟାନ୍ୟ ବେଳାଭୂମିରେ କେବଳ OTDCକୁ ବିକ୍ରି ପାଇଁ ଅନୁମତି ଅଛି। ବିଭିନ୍ନ ଇକୋ ରିଟ୍ରିଟରେ ମଧ୍ୟ ମଦ କୁଡ଼ିଆ ଖୋଲାଯାଇ ମଦ ବିକ୍ରି ହୋଇପାରିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି ଯେ, ପୁରୀ ବାଦ ଯଦି ଓଡ଼ିଶା ପର୍ଯ୍ୟଟନ ନିଗମ ଚାହିଁବ, ତାହାଲେ ସେମାନେ ବେଳାଭୂମିରେ ମଦ ଦୋକାନ ଖୋଲି ପାରିବେ। ଅନ୍ୟ ରାଜ୍ୟ ଭଳି ମଦ ଦୋକାନ ଖୋଲା ନଯିବାକୁ ନିଷ୍ପତ୍ତି ଅଛି। ଯଦି ପର୍ଯ୍ୟଟନ ନିଗମ ଅବା ଓଟିଡିସି ଚାହିଁବ ତେବେ ସେଠାରେ ଲାଇସେନ୍ସ ଦିଆଯିବ। ଅଯଥା ଦ୍ୱନ୍ଦ୍ୱ ତିଆରି କରିବାର ଆବଶ୍ୟକତା ନାହିଁ।​​​​​​​

ସୂଚନାନୁଯାୟୀ, ପରିବେଶ ପ୍ରଦୂଷଣ ରୋକିବାକୁ ଟେଟ୍ରା ପ୍ୟାକରେ ମଦ ବିକିବାକୁ ନିଷ୍ପତ୍ତି ନିଆଯାଇଛି। ଟେଟ୍ରା ପ୍ୟାକ ତିଆରି କରୁଥିବା ସଂସ୍ଥା ପାଖରେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ପ୍ୟାକେଜିଂ କିମ୍ବା ସେଣ୍ଟ୍ରାଲ ଫୁଡ ଟେକ୍ନୋଲୋଜି ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ସାର୍ଟିଫିକେଟ ଥିବା ଦରକାର। ମଦ ନୀତିରେ ସରକାର କହିଛନ୍ତି ଯେ, ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବନି କିନ୍ତୁ ଅନ୍ୟ ବେଳାଭୂମିରେ ଅନୁମତି ମିଳିବ। ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ବା ଓଟିଡିସି ଏବଂ ଭାରତ ପର୍ଯ୍ୟଟନ ଉନ୍ନୟନ ନିଗମ ବା ଆଇଟିଡିସିକୁ ଲାଇସେନ୍ସ ଫି’ର ଅଧା ଦାମରେ ମଦ ଦୋକାନ ଦିଆଯିବ। ଓଟିଡିସିକୁ ଇକୋ- ରିଟ୍ରିଟ ସ୍ଥଳରେ ମଦ ବିକିବାକୁ ଅସ୍ଥାୟୀ ଲାଇସେନ୍ସ ମଧ୍ୟ ପ୍ରଦାନ କରାଯିବ। ଏହାଛଡା ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବାକୁ ବେଳାଭୂମିରେ ମଦ କୁଡିଆ ପାଇଁ ଅନୁମତି ମିଳିବ। ଓଟିଡିସି ସିଧାସଳଖ ମଦ କୁଡିଆ ଖୋଲି ମଦ ବିକ୍ରି କରିପାରିବ ନଚେତ ଆଉ କାହାରିକୁ ଏହି ମଦ କୁଡିଆ ଖୋଲି ଚଳାଇବାର ଦାୟିତ୍ଵ ମଧ୍ୟ ଦେଇ ପାରିବ। ବାର୍ଷିକ ଲାଇସେନ୍ସ ଫି’ ୭୫ ହଜାର ଟଙ୍କା ରହିବ। ମଦ କୁଡିଆ ଲାଇସେନ୍ସକୁ ସ୍ବତନ୍ତ୍ର ଭାବରେ ‘ଅନ ରେଷ୍ଟୁରାଣ୍ଟ’ ବର୍ଗରେ ନିଆଯିବ। ଏଥିପାଇଁ ଆବଶ୍ୟକ ସମସ୍ତ ଭିତ୍ତିଭୂମି ଯଥା ବିଜୁଳି ସଂଯୋଗ, ପାଣି ସଂଯୋଗ, ବର୍ଜ୍ୟ ପରିଚାଳନା ଓଟିଡିସି କରିବ।

  • Related Posts

    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading
    ଆଜି ଗୁଡ୍ ଫ୍ରାଇଡେ, ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ

    ଆଜି ଗୁଡ୍ ଫ୍ରାଇଡେ। ମାନବ ଜାତି ପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବଳିଦାନର ସ୍ମୃତିଚାରଣ କରାଯାଉଛି । ଯୀଶୁଙ୍କ ବଳିଦାନକୁ ମନେ ପକାଇ ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ ଭାଇ ଭଉଣୀ । ଏଥିପାଇଁ ସକାଳୁ ଉଭୟ ବାପ୍‌ଟିଷ୍ଟ ଓ କ୍ୟାଥଲିକ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ