ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

ଭୁବନେଶ୍ୱର: ନିଲମ୍ବିତ ହେଲେ ନିହାର ରଂଜନ ମହାନ୍ତି । ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତିଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଲମ୍ବିତ କରିଛି । କ୍ରାଇମ୍ ବ୍ରାଞ୍ଚ ଦ୍ବାରା ଗିରଫ ହେବା ପରେ ଏହି ବଡ଼ ପହକ୍ଷେପ ନେଇଛି ବିଭାଗ । ସୋମବାର ବୋର୍ଡର ସଭାପତି ସଚ୍ଚିବାଳୟରେ ମନ୍ତ୍ରୀ ଓ ସଚିବଙ୍କୁ ଭେଟିବା ପରେ ତାଙ୍କ ଉପରେ ନିଲମ୍ବନ ଚର୍ଚ୍ଚା ବଢ଼ିଥିଲା । ଏହାର ଚବିଶ ଘଣ୍ଟା ଭିତରେ ଏହି ପଦକ୍ଷେପ ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ।

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ କ୍ରାଇମ୍ ବ୍ରାଞ୍ଚ ଦ୍ବାରା ଗିରଫ ହୋଇ ଏବେ ଜେଲରେ ଅଛନ୍ତି ନିହାର ମହାନ୍ତି । ପୁରା ଘଟଣାରେ ସେ ହିଁ ମୁଖ୍ୟ କାର୍ପଟଦାର ବୋଲି ତଦନ୍ତ ବେଳେ ଜାଣିବାକୁ ପାଇଥିଲା ତଦନ୍ତକାରୀ ସଂସ୍ଥା । ତେଣୁ ତାଙ୍କୁ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହୋଇପାରେ ବୋଲି ସବୁ ମହଲରେ ଚର୍ଚ୍ଚା ହୋଇ ଆସୁଥିଲା । ଶେଷରେ ସେୟା ହୋଇଛି, ପ୍ରଥମେ ଗିରଫଦାରୀ ପରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ବୋର୍ଡ ଉପସଭାପତି ନିହାର ମହାନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ