ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ
ନୂଆଦିଲ୍ଲୀରୁ ବିକାଶ ସ୍ୱାଇଁ : ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ ରାଜ୍ୟପାଳ ନିଯୁକ୍ତି ଦେଇଛନ୍ତି ।
ରାଷ୍ଟ୍ରପତି ଭବନରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଓଡ଼ିଶାର ରାଜ୍ୟପାଳ ଭାବେ ବ୍ରଜ ମୋହନ ରାମ, କର୍ଣ୍ଣାଟକ ରାଜ୍ୟପାଳ ଭାବେ ସୁଧା ଯାଦବ, ଉତ୍ତରାଖଣ୍ଡ ରାଜ୍ୟପାଳ ଭାବେ ଧଳ ସିଂ ବିସେନ୍‌ ଓ ସିକ୍କିମ୍‌ ରାଜ୍ୟପାଳ ଭାବେ ଦୁଶ୍ୟନ୍ତ ଗୌତମଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ଓମ ପ୍ରକାଶ ମାଥୁରଙ୍କୁ ସିକ୍କିମରୁ କେରଳମ୍‌ ରାଜ୍ୟପାଳ ଭାବେ ବଦଳି କରାଯାଇଥିବାବେଳେ ତାମିଲନାଡୁ ରାଜ୍ୟପାଳ ଭାବେ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ନିଯୁକ୍ତି ଦିଆଯାଇଛି । ଆର୍ଲେକର କେରଳମ ରାଜ୍ୟପାଳ ଥିଲେ । ଗତ ମାର୍ଚ୍ଚରୁ ସେ ତାମିଲନାଡୁ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ । ଆରଏନ ରବି ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ନିଯୁକ୍ତି ପାଇବା ପରେ ସେ ତାମିଲନାଡୁ ଦାୟିତ୍ୱରେ ରହିଥିଲେ । ଏବେ ସେ ସ୍ଥାୟୀ ରାଜ୍ୟପାଳ ଭାବେ ଦାୟିତ୍ୱ ନିର୍ବାହ କରିବେ । ପୂର୍ବରୁ ସେ ହିମାଚଳ ପ୍ରଦେଶ ଓ ବିହାରର ବି ରାଜ୍ୟପାଳ ଥିଲେ ।
ଓଡ଼ିଶା ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିବା ବ୍ରଜମୋହନ ରାମ ୧୯୯୬ରୁ ୨୦୦୪ ପର୍ଯ୍ୟନ୍ତ ଝାରଖଣ୍ଡର ପାଲୁମ୍‌ ଲୋକସଭା ସାଂସଦ ଥିଲେ । ୧୯୯୧ରୁ ୧୯୯୫ ପର୍ଯ୍ୟନ୍ତ ବିହାର ବିଧାନସଭାର ବି ସଦସ୍ୟ ରହିଥିଲେ । ମହେନ୍ଦ୍ରଗଡ଼ର ପୂର୍ବତନ ସାଂସଦ ସୁଧା ଯାଦବ ଏବେ କର୍ଣ୍ଣାଟକର ରାଜ୍ୟପାଳ ଥିବାବେଳେ ପଛୁଆ ବର୍ଗର ଜାତୀୟ କମିଶନ ଭାବେ କାର୍ଯ୍ୟ କରିଛନ୍ତି । ସେହିପରି ଧଳ ସିଂ ବିସେନ୍‌ ଏବେ ଉତ୍ତରାଖଣ୍ଡର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିବାବେଳେ ପୂର୍ବରୁ ସେ ମଧ୍ୟପ୍ରଦେଶ ବାଲଘାଟର ସାଂସଦ ରହିଥିଲେ । ସେହିପି ଦୁଶ୍ୟନ୍ତ ଗୌତମ ବିଜେପିର ଜାତୀୟ ସାଧାରଣ ସମ୍ପାଦକ ରହିବା ସହ ରାଜ୍ୟସଭା ସାଂସଦ ଭାବେ ବି କାର୍ଯ୍ୟ କରିଛନ୍ତି ।

  • Related Posts

    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading
    ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ବାତିଲ

    କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ବାତିଲ୍ ହୋଇଛି । ତେବେ କେଉଁ କାରଣରୁ ଏହି ଗସ୍ତ ବାତିଲ୍ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନ କଟକ ଗସ୍ତରେ ଆସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ