ବ୍ରାହ୍ମଣୀ ନଦୀରେ ଦ୍ୱିତୀୟ ସେତୁ ନିର୍ମାଣ ପାଇଁ କ୍ଷେତ୍ର ପରିଦର୍ଶନ

ଦେବଗଡ଼: ବ୍ରାହ୍ମଣୀ ନଦୀରେ ଦ୍ୱିତୀୟ ସେତୁ ନିର୍ମାଣ ନେଇ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ଦେବଗଡ଼ ଡିଭିଜନ ପକ୍ଷରୁ କ୍ଷେତ୍ର ପରିଦର୍ଶନ କରାଯାଇଛି। ଉକ୍ତ ପୋଲ ନିର୍ମାଣ ହେଲେ ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ରାଇତାବାହାଳ ପଞ୍ଚାୟତ ଠାରୁ ତିଲେଇବଣୀ ବ୍ଲକ ବଡ଼ଛାପଲ ପଞ୍ଚାୟତ କୁ ପୋଲ ସଂଯୋଗ କରିବ।ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ , ଦେବଗଡ଼ ଡିଭିଜନର ଏସ ଇ ଅଭିଷେକ ଓଝା ଓ ଏସଡିଓ ରାଜେନ୍ଦ୍ର ସୋରେନ ଉପସ୍ଥିତ ରହି ପ୍ରସ୍ତାବିତ ପୋଲ ଓ ସଂଯୋଗ ରାସ୍ତାର ବୁଲି ଦେଖିବା ସହ ଆଲୋଚନା କରିଥିଲେ ।ଏହି ପୋଲ ନିର୍ମାଣ ହେଲେ ଅଞ୍ଚଳବାସୀଙ୍କ ପାଇଁ ଯାତାୟାତ ବ୍ୟବସ୍ଥା ଅଧିକ ସୁଗମ ହେବା ସହିତ ରାଇତାବାହାଳ ପଞ୍ଚାୟତରୁ ରିଆମାଳ, ଦେବଗଡ଼ ଓ ତିଲେଇବଣି ଅଞ୍ଚଳକୁ ଅଳ୍ପ ଦୂରତାରେ ସଂଯୋଗ ସ୍ଥାପିତ ହେବ ବୋଲି ବିଧାୟକ ଶ୍ରୀ ବିଶ୍ୱାଳ ପ୍ରକାଶ କରିଛନ୍ତି। ଏହା ଦ୍ୱାରା ସାଧାରଣ ଲୋକଙ୍କ ସମୟ ସଞ୍ଚୟ ହେବା ସହ ଜରୁରୀକାଳୀନ ସେବା, ଶିକ୍ଷା, ସ୍ୱାସ୍ଥ୍ୟ ଓ ବ୍ୟବସାୟ କ୍ଷେତ୍ରରେ ମଧ୍ୟ ବଡ଼ ସୁବିଧା ମିଳିବ। ଏଠାରେ ସୂଚନାଯୋଗ୍ୟ ଯେ , ଉକ୍ତ ସେତୁ ନିର୍ମାଣ ନେଇ ବିଧାୟକ ଶ୍ରୀ ବିଶ୍ୱାଳ ପୂର୍ବରୁ ବିଧାନସଭା ରେ ଉପସ୍ଥାପନ କରି ସରକାର ଙ୍କ ନିକଟରେ ପ୍ରସ୍ତାବ ରଖିଥିଲେ ।ଏନେଇ ବିଭାଗୀୟ ମନ୍ତ୍ରୀ ଏଥିପ୍ରତି ଦୃଷ୍ଟି ଦିଆଯିବା ନେଇ ପ୍ରତିଶ୍ରୁତି ଦେବା ସହ ଫିଜିବିଲିଟି ରିପୋର୍ଟ ବିଭାଗ ପକ୍ଷରୁ ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

  • Related Posts

    ଜେଲ ଗଲେ ମହାକାଳପଡ଼ା ସରପଞ୍ଚ

    ମହାକାଳପଡ଼ା : ଜେଲ ଗଲେ ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ଚାମେଲିଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଛି। ମହାକାଳପଡ଼ା ବ୍ଲକ ପରିସରରେ ହାଇଡ୍ରାମାକୁ ନେଇ ଗତ ୨ ଦିନ ହେଲା ଚର୍ଚ୍ଚା ଲାଗି ରହିଛି। ବିଡିଓଙ୍କୁ…

    Continue reading
    ୮ ପିତୃମାତୃହୀନ ପିଲାଙ୍କୁ “ଗ୍ରୀନ ପ୍ୟାସଜ” ମାଧ୍ୟମରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଉଚ୍ଚ ଶିକ୍ଷା

    କୋଭିଡ ମହାମାରୀ ସମୟରେ ପିତା କିମ୍ବା ଉଭୟ ପିତାମାତାଙ୍କୁ ହରାଇଥିବା ଶିଶୁମାନଙ୍କୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଶୀର୍ବାଦ ଯୋଜନାରୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କ ଶିକ୍ଷାକୁ ସୁନିଶ୍ଚିତ ଓ ଶୈଶବକୁ ସ୍ଵଭାବିକ କରIଯାଇଥିଲା I ଚଳିତ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ