ବ୍ଲକ ଅଧ୍ୟକ୍ଷାଙ୍କ ଘର ଉପରକୁ ଗୁଳିମାଡ଼

ବିନିକା: ବିନିକା ଥାନା ଅନ୍ତର୍ଗତ ସିଙ୍ଘିଯୁବା ଗ୍ରାମରେ ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦଙ୍କ ଘରେ ଗତକାଲି ରାତିରେ କିଛି ଦୁର୍ବୃତ୍ତ ପହଞ୍ଚି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଘର ଭିତରେ ଓ ବାହାରେ ଥିବା ଗାଡ଼ି ଉପରକୁ ଗୁଳି ଚାଳନା କରିଥିଲେ। ଏଥିସହ ଏକ ଗାଡ଼ିକୁ ଭାଙ୍ଗି ଚୁରମାର ମଧ୍ୟ କରିଥିବା ଜଣାପଡ଼ିଛି। ତେବେ ଏହି ଘଟଣାରେ ପରିବାରର କୌଣସି ସଦସ୍ୟଙ୍କ କ୍ଷତି ହୋଇନାହିଁ।
ଖବର ପାଇ ବିନିକା ପୁଲିସ ରାତିରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସୁବର୍ଣ୍ଣପୁର ଏସ୍‌ପି ମଧ୍ୟ ପହଞ୍ଚି ଘଟଣାର ସମୀକ୍ଷା କରିଥିଲେ। ସାଇଣ୍ଟିଫିକ୍ ଟିମ୍‌ର ସହାୟତାରେ ତଦନ୍ତ ଆଗକୁ ବଢ଼ାଯାଉଛି। ସିସିଟିଭି ଫୁଟେଜ୍ ଯାଞ୍ଚରୁ ଏକ କାରରେ ପ୍ରାୟ ୫ ଜଣ ଦୁର୍ବୃତ୍ତ ଆସିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ଦୀପ୍ତିରେଖା ନନ୍ଦଙ୍କ ସ୍ୱାମୀ ଅଶୋକ ନନ୍ଦ ପୂର୍ବତନ ବିନିକା ବ୍ଲକ ଅଧ୍ୟକ୍ଷ ତଥା ବିଜେଡିର ସୁବର୍ଣ୍ଣପୁର ଜିଲ୍ଲା ଯୁବ ସଭାପତି ଅଟନ୍ତି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ