ବ୍ୟାଙ୍କ ସଟର କାଟି ଲୁଟ୍ ଉଦ୍ୟମ

ବ୍ୟାଙ୍କ ସଟର କାଟିଲେ ଦୁର୍ବୃତ୍ତ। ବାଲେଶ୍ୱର ବସ୍ତା ଥାନା ଅନ୍ତର୍ଗତ ଶ୍ରୀରାମପୁର ସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖାରେ ବିଳମ୍ବିତ ରାତିରେ ଦୁର୍ବୃତ୍ତ ଲୁଟ୍ ଉଦ୍ୟମ କରିଛନ୍ତି। ବ୍ୟାଙ୍କର ସଟର କାଟି ଭିତରକୁ ପଶି ଲୁଟ୍ ଉଦ୍ୟମ କରିଥିବା ଜଣାପଡ଼ିଛି। ସକାଳେ ସ୍ଥାନୀୟ ଲୋକେ ବ୍ୟାଙ୍କର ସଟର କଟା ହୋଇଥିବା ଦେଖିବା ପରେ ଘଟଣା ସମ୍ପର୍କରେ ବସ୍ତା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବସ୍ତା ପୋଲିସ ସହ ବ୍ୟାଙ୍କର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ତେବେ ଲୁଟ୍ ହୋଇଥିବା ଟଙ୍କାର ପରିମାଣ ସମ୍ପର୍କରେ ଏଯାଏଁ ବ୍ୟାଙ୍କ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ବ୍ୟାଙ୍କର ବରିଷ୍ଠ ଅଧିକାରୀମାନଙ୍କ ସହ ଲୁଟ୍ ସମ୍ପର୍କରେ ତଥ୍ୟ ସଂଗ୍ରହ କରୁଛି ପୋଲିସ। ଦୁର୍ବୃତ୍ତ କେତେବେଳେ ବ୍ୟାଙ୍କ ଭିତରକୁ ପଶିଥିଲେ, କେତେ ଟଙ୍କା ଲୁଟ୍ ହୋଇଛି ଏବଂ ଲୁଟ୍ ପଛରେ କେତେଜଣ ସମ୍ପୃକ୍ତ ଅଛନ୍ତି, ସେନେଇ ତଦନ୍ତ ଜାରି ରହିଛି। ବ୍ୟାଙ୍କର ଆଖପାଖ ଅଞ୍ଚଳର CCTV ଫୁଟେଜ୍ ଯାଞ୍ଚ କରାଯାଉଛି। ଘଟଣା ପରେ ଶ୍ରୀରାମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ