ଭଦ୍ରକ ଓ ଯାଜପୁରରେ ଆଉ ବନ୍ୟା ସ୍ଥିତି ନାହିଁ :ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର : ସୁବର୍ଣ୍ଣରେଖାରେ ଜଳ ସ୍ତର ହ୍ରାସ ପାଉଛି । ଏବେ ହ୍ରାସ ପାଇ ୯.୮୦ ମିଟର ଅଛି । ଯାହା ବିପଦ ସଂକେତ ତଳେ ରହିଛି । ଅପରାହ୍ନରେ ସତର୍କ ସଂକେତ ତଳକୁ ବି ପଳେଇବ। ପାଣି ନିଷ୍କାସନ ହେବାକୁ ସମୟ ଲାଗିବ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଜଳକା ସତର୍କ ସଂକେତ ପାଖାପାଖି ଅଛି । ବୈତରଣୀ ଆଖୁଆପଦା ଠାରେ ବିପଦ ସଂକେତ ତଳେ ଅଛି । ଭଦ୍ରକ ଓ ଯାଜପୁରରେ ଆଉ ବନ୍ୟା ସ୍ଥିତି ନାହିଁ । ତଳିଆ ଅଞ୍ଚଳରୁ ପାଣି ଧୀରେ ଧୀରେ ବାହାରିବ । ବର୍ତ୍ତମାନ ସୁଦ୍ଧା କୌଣସି ସ୍ଥାନରେ ଘାଇ ହୋଇନାହିଁ । କେବଳ ମୟୁରଭଞ୍ଜ ରାସଗୋବିନ୍ଦପୁର ବ୍ଲକର ଲେଦାର ଜମ୍ଭିରା ଠାରେ ଏକ ଘାଇ ହୋଇଥିଲା । ହୀରାକୁଦରେ ୨୦ ଗେଟ ଦେଇ ଜଳ ନିଷ୍କାସନ ହେଉଛି । ୩.୧୭ ଲକ୍ଷ ସେନସସ୍ ପ୍ରବେଶ କରି ୩.୪୫ ଲକ୍ଷ ସେନସସ୍ ନିଷ୍କାସନ ହେଉଛି । ଏହା ମୁଣ୍ଡଳୀରେ ୫.୧୮ ଲକ୍ଷ ସେନସସ୍ ପ୍ରଭାବିତ ହେଉଛି । ଯାହା ବନ୍ୟା ନୁହେଁ. ବ୍ରାହ୍ମଣୀ ରେଙ୍ଗାଳିର ତିନୋଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ଯାହା ହ୍ରାସ ପାଉଛି, ତାହା ବ୍ରାହ୍ମଣୀ ଜେନାପୁରରେ ବି ବିପଦ ସଂକେତ ତଳେ ଅଛି । ବୁଢ଼ାବଳଙ୍ଗକୁ ବି ବିପଦ ନାହିଁ. ସୁବର୍ଣ୍ଣରେଖା ବନ୍ୟା ଯୋଗୁଁ ଚାରୋଟି ବ୍ଲକ ଯେପରି ଜଳେଶ୍ୱର, ଭୋଗରାଇ, ବସ୍ତା ବାଲିଆପାଳ ପ୍ରଭାବିତ ହୋଇଛି । ଜଣେ ସର୍ବୋଚ୍ଚ ଯନ୍ତ୍ରୀ ବାଲେଶ୍ୱରରେ ରହି ବନ୍ୟା ସ୍ଥିତି ନିରୀକ୍ଷଣ କରୁଛନ୍ତି । ଭଦ୍ରକର ଧାମନଗର, ତିହିଡି ଓ ଯାଜପୁରର ଦଶରଥପୁରରେ ପାଣି ପଶିଥିଲା ।ଆଖୁଆପଦା ଠାରେ ବିପଦ ସଂକେତ ତଳକୁ ଆସିବା ପରେ, ଧୀରେ ଧୀରେ ସ୍ଥିତି ସାମାନ୍ୟ ହେଉଛି ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ