ଭରତପୁର ଥାନା ଘଟଣା: ପୀଡ଼ିତାଙ୍କ ହେଲା ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଭରତପୁର ଥାନାରେ ମାମଲା। ସେନା ଅଧିକାରୀଙ୍କ ବାନ୍ଧବିଙ୍କର ପଲିଗ୍ରାଫ ଟେଷ୍ଟ କରାଇଲା କ୍ରାଇମ୍‌ବ୍ରାଞ୍ଚ ଟିମ୍। ଭୁବନେଶ୍ବର ଏସଏଫଏସଏଲରେ ଶେଷ ହେଲା ମିଛଧରା ପରୀକ୍ଷା। ରିପୋର୍ଟ ଆସିବା ପରେ ଖୋଲିବ ଗୁମର। କିଛି ଦିନ ପୀଡ଼ିତାଙ୍କ ପଲିଗ୍ରାଫ ଟେଷ୍ଟ ପାଇଁ କୋର୍ଟର ଅନୁମତି ଲୋଡିଥିଲା କ୍ରାଇମବ୍ରାଞ୍ଚ। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପଲିଗ୍ରାଫଙ୍କ ଟେଷ୍ଟ କରାଯାଇଥିବା ଜଣାପଡିଛି।

ସୂଚନ ଯୋଗ୍ୟ ଯେ, ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ପୁରୁଷ ବନ୍ଧୁଙ୍କ ସହ ତାଙ୍କ ବାନ୍ଧବୀ ରାତି ୧ଟା ବେଳେ ଅଭିଯୋଗ କରିବାକୁ ଥାନାକୁ ଆସିଥିବା ବେଳେ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏପରିକି ମେଜରଙ୍କ ବାନ୍ଧବୀଙ୍କୁ ପୋଲିସ କର୍ମଚାରୀ ମାଡ଼ ମାରିବା ସହ ନିର୍ୟ୍ୟାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ରାଜ୍ୟ ତଥା ଜାତୀୟସ୍ଥରରେ ଆଲୋଡ଼ନ ସୃଷ୍ଟି କରିଥିଲା। ଘଟଣାରେ ତତ୍କାଳୀନ ଭରତପୁର ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଜାରିି କରୁଥିବ ବେଳେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ବିଚାରବିଭାଗୀ ତଦନ୍ତ ଲାଗି ପୂର୍ବତ୍ତନ ନ୍ୟାୟଧିଶ ଜଷ୍ଟସ ଚିତ୍ତରଂଜନ ଦାଶଙ୍କ ନେତୃତ୍ବ ଗଠନ କରିଥିଲେ। ପରେ ତଦନ୍ତ କମିଶନ ଏକ ସ୍ବତନ୍ତ୍ର ଟିମ ଗଠନ କରି ତଦନ୍ତ ଆରମ୍ଭ କରଥିଲେ। ଏଥି ସହିତ ସମସ୍ତ ପକ୍ଷରୁ ସତ୍ୟପାଠ ଜରିଆରେ ସେମାନଙ୍କ ମତ ରଖିପାରିବେ ଆହ୍ବାନ କରିଥିଲେ। ସତ୍ୟାପାଠ ଦାଖଲ ପ୍ରକିୟା ଶେଷ ହୋଇଥିବା ବେଳେ ତଦନ୍ତ ଚାଲିଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ