ଭରତପୁର ଥାନା ମାମଲା, ଡିସେମ୍ବର ୩ରେ ଚୂଡ଼ାନ୍ତ ଶୁଣାଣି

କଟକ: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନାରେ ସେନା ଅଧିକାରୀଙ୍କୁ ଦୁର୍ବ୍ୟବହାର ତଥା ତାଙ୍କ ବାନ୍ଧବୀଙ୍କୁ ନିର୍ୟାତନା ମାମଲାର ଚୂଡ଼ାନ୍ତ ଶୁଣାଣି ଆସନ୍ତା ଡିସେମ୍ବର ୩ ତାରିଖରେ ହେବ । ସେହିଦିନ ଏହି ମାମଲାରେ ରାୟ ପ୍ରକାଶ ପାଇବ ବୋଲି ହାଇକୋର୍ଟ କହିଛନ୍ତି । ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ଏବଂ ଜଷ୍ଟିସ୍‌ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଗତ ସେପ୍ଟେମ୍ବର ୧୫ ତାରିଖ ବିଳମ୍ବିତ ରାତିରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଏଫ୍‌ଆଇଆର୍‌ ଦେବାକୁ ଯାଇଥିଲେ । ସେଠାରେ ସେମାନଙ୍କଠାରୁ ଏଫ୍‌ଆଇଆର୍‌ ଗ୍ରହଣ କରାଯିବା ପରିବର୍ତ୍ତେ ପୁଲିସ୍‌ କର୍ମଚାରୀମାନେ ବାନ୍ଧବୀଙ୍କୁ ନିର୍ୟାତନା ଦେଇଥିଲେ ବୋଲି ଅଭିଯୋଗ ହୋଇଥିଲା । ଏପରିକି ବାନ୍ଧବୀଙ୍କୁ ଗିରଫ କରି ଜେଲ୍‌ ପଠାଇ ଦିଆଯାଇଥିଲା । ଘଟଣା ଦେଶରେ ଚର୍ଚ୍ଚା ସୃଷ୍ଟି କରିଥିଲା । ଏହାକୁ ନେଇ ହାଇକୋର୍ଟ ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି । ଆମିକସ୍‌କ୍ୟୁରୀ ଭାବେ ବରିଷ୍ଠ ଆଇନଜୀବୀ ଗୌତମ ମିଶ୍ର ଅଦାଲତଙ୍କୁ ମାମଲା ପରିଚାଳନାରେ ସହଯୋଗ କରୁଛନ୍ତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ