ଭଲ ବର୍ଷିବ, ୬ ଜିଲ୍ଲାକୁ ଅରେଞ୍ଜ,୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ମୌସୁମୀ ପ୍ରଭାବରେ ରାଜ୍ୟର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭଲ ବର୍ଷା ହେବ । ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଭାରି ବର୍ଷା ଆଶଙ୍କା ଥିବାରୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ଆଶଙ୍କା ଅଛି । ଦକ୍ଷିଣ ଓଡ଼ିଶାରେ ବର୍ଷା ସହିତ ପବନ ବି ବହିପାରେ ।

ଶୁକ୍ରବାର ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡିରେ ଭାରି ବର୍ଷା ଆଶଙ୍କା ଅଛି । ୨୭ ଓ ୨୮ ତାରିଖରେ ଦକ୍ଷିଣ ଓ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଏକାଧିକ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ । ଜଗତସିଂହପୁର ଓ ନୂଆପଡ଼ାରେ ତାପମାତ୍ରା ସର୍ବାଧିକ ୩୯ ଡିଗ୍ରୀ ରେକର୍ଡ ହୋଇଛି । ଅନୁଗୁଳରେ ୩୮.୧, ନୟାଗଡ଼ ଓ ତାଳଚେରରେ ୩୮ ଓ ଭୁବନେଶ୍ୱରରେ ୩୭.୮ ଡିଗ୍ରୀ ରେକର୍ଡ ହୋଇଛି ।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ